ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟର ରୂପ ନେବ ଲଘୁଚାପ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟର ରୂପ ନେବ ଲଘୁଚାପ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସଂଭାବନା ରହିଛି । ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଏହା କ୍ରମଶଃ ଦକ୍ଷିଣ-ପଶ୍ଚିମ ଆଡ଼କୁ ଗତି କରି ଘୂର୍ଣ୍ଣିବଳୟର ରୂପ ନେବାର ଅନୁମାନ କରାଯାଉଛି । ଏହି ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳରମାନଙ୍କରେ ବର୍ଷାର ସମ୍ଭାବନା ରହିଛି ।ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଗୁଚାପ କ୍ଷେତ୍ର, ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି ।