ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆରମ୍ଭ ହେବ ପହିଲି ଭୋଗ ନୀତି। ପରମ୍ପରା ଅନୁଯାୟୀ ଏହି ଏକମାସ ମା ଲକ୍ଷ୍ମୀ ବାପଘରକୁ ଯାଇଥିବାରୁ ମା ଯଶୋଦା ମହାପ୍ରଭୁଙ୍କ ନିମନ୍ତେ ପ୍ରସ୍ତୁତ କରିଥାନ୍ତି ସୁସ୍ବାଦୁ ବ୍ୟଞ୍ଜନ। ତେବେ ପହିଲି ଭୋଗରେ ମହାପ୍ରଭୁଙ୍କୁ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ଲାଗି ହେବ । ଗୋପାଳବଲ୍ଲଭରେ ଏହି ପହିଲି ଭୋଗ ମହାପ୍ରଭୁଙ୍କ ନିକଟରେ ସମର୍ପଣ କରାଯିବ l ପହିଲି ଭୋଗ ପାଇଁ ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ ରାତି ୨ଟା ରେ ଦ୍ବାର ଫିଟା ନୀତି ପରେ ମଙ୍ଗଳଆଳତୀ, ମଇଲମ, ଅବକାଶ ନୀତି ,ବେଶ ଶେଷ ହେବା ପରେ ପହିଲି ଭୋଗ ନୀତି ଆରମ୍ଭ ହେବ । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି।
Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ