ଦୀର୍ଘ ୨୫ ଧରି ଓଡ଼ିଶାରେ କ୍ଷମତାସୀନ ରହିବା ପରେ ବିଜେଡି ଅଚାନକ କ୍ଷମତାଚ୍ୟୁତ ହେବା ଘଟଣାକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି । ଆସନ୍ତା ୧୦ ତାରିଖରେ ନୂଆ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ତେବେ ଏହା ମଧ୍ୟରେ ଆସିଛି ଏକ ବଡ଼ ଖବର । ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ଅଧ୍ୟକ୍ଷ ଲେନିନ୍ ମହାନ୍ତି ଇସ୍ତଫା ଦେଇଛନ୍ତି ।ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ଲେନିନ୍ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ଗତ ୨୦୨୨ ମସିହା ଅକ୍ଟୋବର ମାସରେ ଲେନିନ୍ ଏହି ଦାୟିତ୍ୱ ଗ୍ରହଣ କରିଥିଲେ । ସେ ଏବେ ବିଜେଡିର ମୁଖପାତ୍ର ରହିଛନ୍ତି । ଗତ ୪ ତାରିଖରେ ରାଜ୍ୟ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ଲେନିନ୍ ଓଟିଡିସି ଅଧ୍ୟକ୍ଷ ପଦ ଛାଡ଼ିଛନ୍ତି । ତେବେ ଇସ୍ତଫା ଦେବା ପରେ ଲେନିନ୍ ନିଜର ପ୍ରତିକ୍ରିୟା ରଖିଥିଲେ । ସରକାର ପରିବର୍ତ୍ତନ ହେବା ଏକ ସାଧାରଣ ପ୍ରକ୍ରିୟା । ୪୦ ବର୍ଷର ପେଣ୍ଡିଂ କାମକୁ ସେ ତାଙ୍କର କାର୍ଯ୍ୟକାଳରେ ଶେଷ କରିବାକୁ ପ୍ରୟାସ କରିଥିଲେ । ତାଙ୍କର ନେତା ନବୀନ ପଟ୍ଟନାୟକ ସହ ରହି ସେ ଆଗାମୀ ଦିନରେ ଓଡ଼ିଶାର ଲୋକଙ୍କ ପାଇଁ କାମ କରିବେ ବୋଲି କହିଥିଲେ ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ