୨୪ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ଗଠିତ ବିଜେପି ସରକାରଙ୍କ ପକ୍ଷରୁ ଆଜି ପ୍ରକାଶିତ ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟରେ ଏହା କୁହାଯାଇଛି। ଅର୍ଥନୀତି ଆଗକୁ ବଢ଼ିବା ଫଳରେ ରାଜ୍ୟବାସୀଙ୍କ ମୁଣ୍ଡପିଛା ଆୟ ବଢ଼ି ୨୦୨୩-୨୪ରେ ୧,୬୧,୪୩୭ ଟଙ୍କାରେ ପହଞ୍ଚିଛି। ତେବେ ଦେଶର ମୁଣ୍ଡପିଛା ଆୟ ୧,୮୪,୨୦୫ ଟଙ୍କା ରହିଛି। ତେଣୁ ଜାତୀୟ ସ୍ତର ତୁଳନାରେ ରାଜ୍ୟରେ ମୁଣ୍ଡପିଛା ଆୟ ୧୨.୪ ପ୍ରତିଶତ କମ୍ ରହିଛି। ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଛା ଆୟ ବାର୍ଷିକ ୧୨.୧ ପ୍ରତିଶତ ହାରରେ ବୃଦ୍ଧି ପାଇଛି। ୧୭ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡ଼ିଶା ୨୦୨୨-୨୩ରେ ଏକାଦଶ ସ୍ଥାନରେ ରହିଛି। ନାଗରିକଙ୍କ ମୁଣ୍ଡପିଛା ଆୟ ବୃଦ୍ଧି ଏବଂ ବିକଶିତ ଭାରତର ଲକ୍ଷ୍ୟ ସାଧନ ପାଇଁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ରାଜ୍ୟ ଏହାର ବିକାଶମୂଳକ ଏବଂ ଅଭିବୃଦ୍ଧି ପ୍ରୟାସକୁ ତ୍ବରାନ୍ବିତ କରିବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ସର୍ଭେ ରିପୋର୍ଟରେ କୁହାଯାଇଛି।ଦାରିଦ୍ର୍ୟ ହ୍ରାସ କ୍ଷେତ୍ରରେ ମଧ୍ୟ ଓଡ଼ିଶା ସଫଳତା ହାସଲ କରିଛି। ନିତି ଆୟୋଗ ଅନୁଯାୟୀ ବହୁମୁଖୀ ଦାରିଦ୍ର୍ୟ ଅନୁପାତ ୨୦୧୫-୧୬ରେ ୨୯.୩ ପ୍ରତିଶତ ଥିବାବେଳେ ୨୦୧୯-୨୧ରେ ୧୫.୭ ପ୍ରତିଶତକୁ ହ୍ରାସ ପାଇଛି। ୨୦୧୫-୧୬ରୁ ୨୦୧୯-୨୧ ମଧ୍ୟରେ ରାଜ୍ୟରେ ୬୨ ଲକ୍ଷରୁ ଅଧିକ ଲୋକ ବହୁମୁଖୀ ଦାରିଦ୍ର୍ୟରୁ ମୁକ୍ତ ହୋଇଛନ୍ତି। ଏହାସତ୍ତ୍ବେ ବହୁବଧି ଦାରିଦ୍ର୍ୟ ମୁଣ୍ଡ ଗଣତି ଅନୁସାରେ ପ୍ରମୁଖ ୧୭ଟି ରାଜ୍ୟ ମଧ୍ୟରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ରାଜ୍ୟର ଲୋକଙ୍କୁ ଦାରିଦ୍ର୍ୟ କବଳରୁ ମୁକ୍ତ କରିବା ପାଇଁ ନିରନ୍ତର ପ୍ରଚେଷ୍ଟା ଆବଶ୍ୟକ ବୋଲି ସରକାର ରିପୋର୍ଟରେ ଦର୍ଶାଇଛନ୍ତି। ୨୦୨୩-୨୪ରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅଭିବୃଦ୍ଧି ୩.୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ୨୦୨୩-୨୪ରେ ମୋଟ ରାଜ୍ୟ ସଂଯୋଗିତ ମୂଲ୍ୟରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅବଦାନ ୨୦.୪ ପ୍ରତିଶତ ରହିଛି। ଅଧିକରୁ ଅଧିକ ଧାନ ଜମିକୁ ଅଣଧାନ ଫସଲ ଅଧୀନକୁ ଆଣିବା ଏବଂ କୃଷକଙ୍କ ଆୟ ବୃଦ୍ଧି କରିବାର ଆବଶ୍ୟକତା ରହିଛି ବୋଲି ରିପୋର୍ଟରେ କୁହାଯାଇଛି। ସେହିଭଳି ୨୦୨୩-୨୪ରେ ଓଡ଼ିଶାରେ ଶିଳ୍ପ କ୍ଷେତ୍ରର ଅଭିବୃଦ୍ଧି ୮.୭ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ୨୦୨୩-୨୪ରେ ରାଜ୍ୟର ଜିଏସ୍ଭିଏ (ମୋଟ ରାଜ୍ୟ ମୂଲ୍ୟ ଯୋଗ)ରେ ଶିଳ୍ପ କ୍ଷେତ୍ରର ଅବଦାନ ୪୩.୨ ପ୍ରତିଶତ ରହିଛି। ଓଡ଼ିଶାର ଶିଳ୍ପ ମୁଖ୍ୟତଃ ମୌଳିକ ଧାତୁ ଓ ଖଣିଜ ଭିତ୍ତିକ ଶିଳ୍ପ ଉପରେ ନିର୍ଭରଶୀଳ। ଏହାକୁ ଅନ୍ୟାନ୍ୟ କ୍ଷେତ୍ରକୁ ବିକେନ୍ଦ୍ରୀକରଣ କରିବାର ଆବଶ୍ୟକତା ରହିଛି। ସେହିଭଳି ୨୦୨୩-୨୪ରେ ସେବା କ୍ଷେତ୍ରର ଅଭିବୃଦ୍ଧି ୯.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ରାଜ୍ୟ ଅର୍ଥନୀତିରେ ସେବା କ୍ଷେତ୍ରର ଯୋଗଦାନ ୩୬ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post