ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବୁଧବାର ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଓଡ଼ିଶା ଆସିବେ ମହାମହିମ । ରାଷ୍ଟ୍ରପତିଙ୍କ ୪ ଦିନିଆ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଆଜି କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ୱରରେ କାରକେଡ୍ ରିହର୍ସଲ କରାଯିବ । ବିମାନ ବନ୍ଦରରୁ ରାଜଭବନ ଓ ସେଠାରୁ ଉକ୍ରଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ କାରକେଡ୍ ରିହର୍ସାଲ କରାଯିବ । ରିହର୍ସାଲରେ ୨୮ଟି ଗାଡି ବ୍ୟବହାର କରାଯିବ । ରାଷ୍ଟ୍ରପତି ଯିବା ସମୟରେ ପ୍ରଥମେ କାର, ତାପରେ ଟେକ୍ନୋ କାର, ପାଇଲଟ୍ କାର, ଭିଆଇପି କାର ଆଦି ଯିବ ।ବୁଧବାର ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିିବେ । ପ୍ରୋଟୋକଲ ଅନୁସାରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କୁ ସ୍ୱାଗତ କରିବେ । ତା’ପରେ ବିମାନ ବନ୍ଦର ପରିସରରେ ଗାର୍ଡ ଅପ୍ ଅନର ପ୍ରଦାନ କରାଯିବ । ସେଠାରୁ ରାଜଭବନ ଯିବେ ରାଷ୍ଟ୍ରପତି । ସେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ମୟୂରଭଂଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଯିବେ । ତାଙ୍କ ଯିବା ଆସିବା ସମୟରେ ଏକାସଙ୍ଗେ ତିନିଟି ହେଲିକପ୍ଟର ବ୍ୟବହାର ହେବ । ରାଷ୍ଟ୍ରପତି ସୁରକ୍ଷାକୁ ନଜରରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ୩୦ ପ୍ଲାଟୁନ୍ ଫୋର୍ସ ସହ ୧୫୦ରୁ ଅଧିକ ଅଫିସର ନିୟୋଜିତ ହେବେ । ୩ଟି କ୍ୱିକ୍ ରେସପନ୍ସ ଟିମ୍, ୨ଟି ସ୍ୱେଶାଲ ଟାକ୍ଟିକାଲ ୟୁନିଟ୍ ସୁରକ୍ଷା ଦିତ୍ୱରେ ରହିବେ । ଏଥିସହ ୧୨ ଜଣ ଅତିରିକ୍ତ ଡିସିପି, ୨୫ ଜଣ ଏସିପି, ୪୦ ଜଣ ଇନ୍ସପେକ୍ଟର, ୧୬୦ ଜଣ ଟ୍ରାଫିକ୍ ଓ ୧୫୦ ହୋମଗାର୍ଡ଼ ନିୟୋଜିତ ହେବେ ।
Trending
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ