ରାଜ୍ୟ ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ସରକାର ଛୁଟି ତାଲିକା ପ୍ରକାଶ କରିଛନ୍ତି । ଏଥିରେ ମୋଟ୍ ୩୦ଟି ଛୁଟି ଦିବସ ରହିଛି । ସୂଚନା ଅନୁଯାୟୀ ଦ୍ୱିତୀୟ ଶନିବାର ଓ ରବିବାରରେ ୫ଟି ଛୁଟିଦିନ ରହିଥିବା ବେଳେ ମୋଟ୍ ୩ଟି ଇଚ୍ଛାଧୀନ ଛୁଟି ରହିଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାରୀ କର୍ମଚାରୀମାନଙ୍କ ପାଇଁ ୪୬ଟି ରବିବାର ଏବଂ ୨୨ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଭାବେ ଛୁଟିଦିନ ମିଳିବ । ସବୁ ଛୁଟିକୁ ମିଶାଇଲେ ୨୦୨୪ କ୍ୟାଲେଣ୍ଡର ବର୍ଷରେ ମୋଟ୍ ୯୯ଟି ଛୁଟିଦିନ ମିଳିବ ବୋଲି ବିଭାଗ ଦର୍ଶାଇଛି । ଜାନୁୟାରୀ ୧୭ରେ ଗୁରୁଗୋବିନ୍ଦ ସିଂଙ୍କ ଜନ୍ମଦିନ, ଜାନୁୟାରୀ ୨୫ରେ ବ୍ରାହ୍ମସମାଜ ପ୍ରତିଷ୍ଠା ଦିବସ, ମାର୍ଚ୍ଚ ୩୦ରେ ଇଷ୍ଟର ଶନିବାର, ମେ’ ୨୨ରେ ରାଜା ରାମମୋହନ ରାୟ ଜନ୍ମଦିନ, ଜୁଲାଇ ୧୫ରେ ବାହୁଡ଼ାଯାତ୍ରା ଓ ଡିସେମ୍ବର ୨୪ରେ ଖ୍ରୀଷ୍ଟମାସ ପର୍ବକୁ ଇଚ୍ଛାଧୀନ ଛୁଟି ଭାବେ ସରକାର ଘୋଷଣା କରିଛନ୍ତି। ସେହିପରି ୨୦୨୪ ଏପ୍ରିଲ ୭ ରବିବାରରେ ‘ସବ୍-ଇ-କଦର’, ନଭେମ୍ବର ୧୦ ରବିବାରରେ ଅଁଳାନବମୀ ଓ ନଭେମ୍ବର ୨୩ ଚତୁର୍ଥ ଶନିବାରରେ ପ୍ରଥମାଷ୍ଟମୀ ପଡ଼ୁଥିବାରୁ ଏହିସବୁ ଇଚ୍ଛାଧୀନ ଛୁଟି ପ୍ରଭାବିତ ହୋଇଛି।ରବିବାର ଏପ୍ରିଲ ୧୪ରେ ମହାବିଷୁବ ସଂକ୍ରାନ୍ତି, ଜୁଲାଇ ୭ ରବିବାର ରଥଯାତ୍ରା, ସେପ୍ଟେମ୍ବର ୮ ରବିବାରରେ ନୂଆଖାଇ, ଅକ୍ଟୋବର ୧୨ରେ ଦ୍ୱିତୀୟ ଶନିବାର ମହାନବମୀ ଓ ଅକ୍ଟୋବର ୧୩ ରବିବାର ବିଜୟାଦଶମୀ ପଡ଼ୁଛି। ଏସବୁ ଦିନଗୁଡ଼ିକ ସାଧାରଣତଃ ଛୁଟି ଦିବସ ଘୋଷଣା ହୋଇଥାଏ। ଏହି ଛୁଟିଦିନଗୁଡ଼ିକୁ ବାଦ୍ ଦେଲେ ରାଜ୍ୟ କର୍ମଚାରୀମାନଙ୍କୁ ୪୬ଟି ରବିବାର ଏବଂ ୨୨ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଭାବେ ଛୁଟିଦିନ ମିଳିବ। ସରକାରୀ କର୍ମଚାରୀଙ୍କୁ ମୋଟ ଉପରେ ୩୦ଟି ସରକାରୀ ଛୁଟିଦିନ, ଗୋଟିଏ ଇଚ୍ଛାଧୀନ ଛୁଟି ସମେତ ରବିବାର ଓ ଶନିବାର(ଦ୍ୱିତୀୟ ଓ ଚତୁର୍ଥ)ରେ ୬୮ଟି ଛୁଟିଦିନ ମିଶାଇ ମୋଟ ୯୯ଟି ଛୁଟିଦିନ ମିଳିବ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post