ରାଜ୍ୟ ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ସରକାର ଛୁଟି ତାଲିକା ପ୍ରକାଶ କରିଛନ୍ତି । ଏଥିରେ ମୋଟ୍ ୩୦ଟି ଛୁଟି ଦିବସ ରହିଛି । ସୂଚନା ଅନୁଯାୟୀ ଦ୍ୱିତୀୟ ଶନିବାର ଓ ରବିବାରରେ ୫ଟି ଛୁଟିଦିନ ରହିଥିବା ବେଳେ ମୋଟ୍ ୩ଟି ଇଚ୍ଛାଧୀନ ଛୁଟି ରହିଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାରୀ କର୍ମଚାରୀମାନଙ୍କ ପାଇଁ ୪୬ଟି ରବିବାର ଏବଂ ୨୨ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଭାବେ ଛୁଟିଦିନ ମିଳିବ । ସବୁ ଛୁଟିକୁ ମିଶାଇଲେ ୨୦୨୪ କ୍ୟାଲେଣ୍ଡର ବର୍ଷରେ ମୋଟ୍ ୯୯ଟି ଛୁଟିଦିନ ମିଳିବ ବୋଲି ବିଭାଗ ଦର୍ଶାଇଛି । ଜାନୁୟାରୀ ୧୭ରେ ଗୁରୁଗୋବିନ୍ଦ ସିଂଙ୍କ ଜନ୍ମଦିନ, ଜାନୁୟାରୀ ୨୫ରେ ବ୍ରାହ୍ମସମାଜ ପ୍ରତିଷ୍ଠା ଦିବସ, ମାର୍ଚ୍ଚ ୩୦ରେ ଇଷ୍ଟର ଶନିବାର, ମେ’ ୨୨ରେ ରାଜା ରାମମୋହନ ରାୟ ଜନ୍ମଦିନ, ଜୁଲାଇ ୧୫ରେ ବାହୁଡ଼ାଯାତ୍ରା ଓ ଡିସେମ୍ବର ୨୪ରେ ଖ୍ରୀଷ୍ଟମାସ ପର୍ବକୁ ଇଚ୍ଛାଧୀନ ଛୁଟି ଭାବେ ସରକାର ଘୋଷଣା କରିଛନ୍ତି। ସେହିପରି ୨୦୨୪ ଏପ୍ରିଲ ୭ ରବିବାରରେ ‘ସବ୍-ଇ-କଦର’, ନଭେମ୍ବର ୧୦ ରବିବାରରେ ଅଁଳାନବମୀ ଓ ନଭେମ୍ବର ୨୩ ଚତୁର୍ଥ ଶନିବାରରେ ପ୍ରଥମାଷ୍ଟମୀ ପଡ଼ୁଥିବାରୁ ଏହିସବୁ ଇଚ୍ଛାଧୀନ ଛୁଟି ପ୍ରଭାବିତ ହୋଇଛି।ରବିବାର ଏପ୍ରିଲ ୧୪ରେ ମହାବିଷୁବ ସଂକ୍ରାନ୍ତି, ଜୁଲାଇ ୭ ରବିବାର ରଥଯାତ୍ରା, ସେପ୍ଟେମ୍ବର ୮ ରବିବାରରେ ନୂଆଖାଇ, ଅକ୍ଟୋବର ୧୨ରେ ଦ୍ୱିତୀୟ ଶନିବାର ମହାନବମୀ ଓ ଅକ୍ଟୋବର ୧୩ ରବିବାର ବିଜୟାଦଶମୀ ପଡ଼ୁଛି। ଏସବୁ ଦିନଗୁଡ଼ିକ ସାଧାରଣତଃ ଛୁଟି ଦିବସ ଘୋଷଣା ହୋଇଥାଏ। ଏହି ଛୁଟିଦିନଗୁଡ଼ିକୁ ବାଦ୍ ଦେଲେ ରାଜ୍ୟ କର୍ମଚାରୀମାନଙ୍କୁ ୪୬ଟି ରବିବାର ଏବଂ ୨୨ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଭାବେ ଛୁଟିଦିନ ମିଳିବ। ସରକାରୀ କର୍ମଚାରୀଙ୍କୁ ମୋଟ ଉପରେ ୩୦ଟି ସରକାରୀ ଛୁଟିଦିନ, ଗୋଟିଏ ଇଚ୍ଛାଧୀନ ଛୁଟି ସମେତ ରବିବାର ଓ ଶନିବାର(ଦ୍ୱିତୀୟ ଓ ଚତୁର୍ଥ)ରେ ୬୮ଟି ଛୁଟିଦିନ ମିଶାଇ ମୋଟ ୯୯ଟି ଛୁଟିଦିନ ମିଳିବ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post