ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଓଡିଶା ଗସ୍ତରେ ଆସି ସେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ନେଇ ସୂଚନା ମିଳିଛି । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି । ଏହି ବୈଠକରେ ଯୋଗ ଦେବାକୁ ନଡ୍ଡା ଓଡିଶା ଆସିବେ । ତେବେ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓଡିଶା ଆସିପାରୁନାହାଁନ୍ତି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏଥିସହ ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ସେ କହିଛନ୍ତି । ଶାସକ ଦଳ ହିସାବରେ ଆଗାମୀ ଦିନରେ ଦଳ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେଇ ସେ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post
Next Post