ଓଡ଼ିଶାରେ ଅଗ୍ନିଶମ କର୍ମଚାରୀଙ୍କ ଛୁଟି ବାତିଲ୍

ଓଡ଼ିଶାରେ ଅଗ୍ନିଶମ କର୍ମଚାରୀଙ୍କ ଛୁଟି ବାତିଲ୍

ମେଟ୍ରୋ ଟିଭି ଓଡିଶା (୫.୫.୨୦୨୨)

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହାରି ମଧ୍ୟରେ ସମସ୍ତ ଅଗ୍ନିଶମ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ଏହା ସହ ପ୍ରତି ଜିଲ୍ଲା ହେଡ୍ କ୍ୱାଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସରଞ୍ଜାମଗୁଡ଼ିକୁ ଯାଞ୍ଚ କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ସୂଚନା ଦେଇଛନ୍ତି ।

ତେବେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି । ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତ ନେଇ ଆଜି ଜିଲ୍ଲାପାଳଙ୍କ ସହ ସମୀକ୍ଷା କରିବେ ଏସଆରସି । ଭିଡିଓ କନଫରେନ୍ସଂ ଜରିଆରେ ଜିଲ୍ଲାପାଳଙ୍କ ସହ ବୈଠକ କରିବେ ଏସଆରସି ।