ଓଡ଼ିଶା ନିର୍ବାଚନର ଫଳାଫଳ ଉପରେ ଏବେ ସମସ୍ତଙ୍କ ନଜର । ଭୋଟ ଗଣତି ସମୟରେ ପ୍ରତିଟି ଆସନରେ ପ୍ରତି ମୁହୂର୍ତ୍ତରେ ବଦଳୁଛି ଟ୍ରେଣ୍ଡ । କଣ୍ଟାବାଞ୍ଜି ବିଧାନସଭା ଆସନରେ ମଧ୍ୟ ସମାନ ପରିସ୍ଥିତି ଦେଖିବାକୁ ମିଳିଛି । ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ରହିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଟ୍ରେଣ୍ଡ ବଦଳିଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଖୋଦ୍ ରାଜ୍ୟର ମୁଖ୍ୟମନ୍ତ୍ରୀ ହିଁ ପଛରେ ପଡ଼ି ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଅତିକ୍ରମ କରି ବିଜେପିର ଲକ୍ଷ୍ମଣ ବାଗ ଆଗେଇ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅପେକ୍ଷା ଲକ୍ଷ୍ମଣ ୫୨୧ ଖଣ୍ଡ ଭୋଟ ଆଗରେ ରହିଥିବା ସୂଚନା ମିଳିଛି । ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କୁ ମୋଟ ୫ ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଲକ୍ଷ୍ମଣ ବାଗ ୫,୫୨୪ ଖଣ୍ଡ ଭୋଟ ପାଇଛନ୍ତି । ତେବେ ଏହି ଟ୍ରେଣ୍ଡ ଆଗକୁ କେଉଁ ମୋଡ଼ ନେଉଛି ତାହା ଦେଖିବାକୁ ବାକି ରହିଲା ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ