ଓଡ଼ିଶା ନିର୍ବାଚନର ଫଳାଫଳ ଉପରେ ଏବେ ସମସ୍ତଙ୍କ ନଜର । ଭୋଟ ଗଣତି ସମୟରେ ପ୍ରତିଟି ଆସନରେ ପ୍ରତି ମୁହୂର୍ତ୍ତରେ ବଦଳୁଛି ଟ୍ରେଣ୍ଡ । କଣ୍ଟାବାଞ୍ଜି ବିଧାନସଭା ଆସନରେ ମଧ୍ୟ ସମାନ ପରିସ୍ଥିତି ଦେଖିବାକୁ ମିଳିଛି । ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ରହିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଟ୍ରେଣ୍ଡ ବଦଳିଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଖୋଦ୍ ରାଜ୍ୟର ମୁଖ୍ୟମନ୍ତ୍ରୀ ହିଁ ପଛରେ ପଡ଼ି ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଅତିକ୍ରମ କରି ବିଜେପିର ଲକ୍ଷ୍ମଣ ବାଗ ଆଗେଇ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅପେକ୍ଷା ଲକ୍ଷ୍ମଣ ୫୨୧ ଖଣ୍ଡ ଭୋଟ ଆଗରେ ରହିଥିବା ସୂଚନା ମିଳିଛି । ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କୁ ମୋଟ ୫ ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଲକ୍ଷ୍ମଣ ବାଗ ୫,୫୨୪ ଖଣ୍ଡ ଭୋଟ ପାଇଛନ୍ତି । ତେବେ ଏହି ଟ୍ରେଣ୍ଡ ଆଗକୁ କେଉଁ ମୋଡ଼ ନେଉଛି ତାହା ଦେଖିବାକୁ ବାକି ରହିଲା ।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ