ସାଧାରଣ ଭାବେ ଏଟିଏମରୁ ଟଙ୍କା ବାହାରୁଥିବା କଥା ସମସ୍ତେ ଜାଣିଛନ୍ତି । ମାତ୍ର ଏଣିକି ଏଟିଏମରୁ ଶସ୍ୟ ବାହାରିଯିବ । ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ଏକ ‘ଶସ୍ୟ ଏଟିଏମ୍’ ସ୍ଥାପନ କରାଯାଇଛି । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଏଟିଏମକୁ ଉଦଘାଟନ କରିଛନ୍ତି । ଏହି ଏଟିଏମ୍ ସ୍ଥାପନ ହେବାରେ ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି ।ଏହି ଶସ୍ୟ ଏଟିଏମ ଚୋରି, ଦଲାଲି ଆଦି ବେଆଇନ୍ କାର୍ଯ୍ୟରେ ରୋକ ଲଗାଇବ ବୋଲି କୁହାଯାଉଛି । ଏଣିକି ହିତାଧିକାରୀମାନେ ଆଉ ଡିଲରଙ୍କ ପାଖରେ ଆଣ୍ଠେଇବେ ନାହିଁ । ସମସ୍ତ ହିତାଧିକାରୀମାନେ ଏହି ଏଟିଏମରୁ ଚାଉଳ, ଗହମ ନେଇ ପାରିବେ । ସୂଚନାଯୋଗ୍ୟ ଯେ, ପ୍ରାଥମିକ ପର୍ଯ୍ୟାୟରେ ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ରାଜ୍ୟର ପ୍ରଥମ ‘ଗ୍ରେନ ଏଟିଏମ୍’ ପ୍ରତିଷ୍ଠା ହେବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଏନେଇ ଗତବର୍ଷ ଡିସେମ୍ବର ମାସରେ ସୂଚନା ଦିଆଯାଇଥିଲାବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫପି) ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମିଳିତ ସହଯୋଗରେ ଏହି ଏଟିଏମ୍ ସ୍ଥାପନ କରାଯିବା ନେଇ ନିଷ୍ପତ୍ତି ହୋଇଥିଲା । ଏହି ଏଟିଏମ ବସିବା ଫଳରେ ରାଶନକାର୍ଡଧାରୀମାନେ ଆଉ କଣ୍ଟ୍ରୋଲ ଦୋକାନ ଆଗରେ ଲମ୍ବା ଲାଇନ ଲଗାଇ ଛିଡ଼ା ହେବେ ନାହିଁ । ଲୋକମାନେ ଟିପ ଚିହ୍ନରେ ବାୟୋମେଟ୍ରିକ ଯାଞ୍ଚ କରିବା ପରେ ଏଟିଏମରୁ ଟଙ୍କା ଭଳି ଚାଉଳ ବାହାରିବ । ତେବେ ଏହି ସୁବିଧା ପାଇବାକୁ ହେଲେ ଜଣେ ହିତାଧିକାରୀଙ୍କୁ ପ୍ରଥମେ ଉକ୍ତ ମେଶିନରେ ବାୟୋମେଟ୍ରିକ, ରାଶନ କାର୍ଡ, ଆଧାର କାର୍ଡ ଦେବାକୁ ପଡ଼ିବ । ତେବେ ଏହି ମେଶିନକୁ ଇଂରାଜୀ ବଦଳରେ ସମ୍ପୂର୍ଣ୍ଣ ଓଡ଼ିଆ ଭାଷାରେ କରାଯାଇଥିବା ଏକ ସୂତ୍ରରୁ ଜଣାପଡ଼ିଛି । ଏହି ଏଟିଏମରେ ୨୪ ଘଣ୍ଟିଆ ଚାଉଳ / ଗହମ ଉପଲବ୍ଧ ହେବ । ଦେଶରେ ପ୍ରଥମେ ହରିୟାଣାରେ ଏହି ସେବା ଆରମ୍ଭ ହୋଇଥିବା ବେଳେ ମାତ୍ର ହାତଗଣତି କିଛି ରାଜ୍ୟରେ ଏହା ଆରମ୍ଭ ହୋଇଛି ।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Prev Post
Next Post