ଗଜବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ  ରତ୍ନବେଦିରୁ ସ୍ନାନବେଦିକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି।  ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରା ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶୁଭ୍ର ରଙ୍ଗର ଗଜବେଶରେ ମହାପ୍ରଭୁ ଓ ହଳଦିଆ ରଙ୍ଗର ଗଜବେଶରେ ବଡ଼ଠାକୁର ଦର୍ଶନ ଦେଇଛନ୍ତି। ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ‌ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଛନ୍ତି। ଗଜବେଶ ଶେଷପରେ ମହନ୍ତ ଶାଢ଼ୀବନ୍ଧା, ଘଣ୍ଟଛତା ସକାଳଧୂପ ଅନୁଷ୍ଠିତ ହୋଇଛି। ପରେ ସନ୍ଧ୍ୟାରୁ ସାହାଣମେଲା ଦର୍ଶନ ଆରମ୍ଭ ହୋଇଛି।  ବାହୁଡ଼ା ପହଣ୍ଡି ଶେଷ ହେବାପରେ ବିଳମ୍ବିତ ରାତି ସାଢ଼େ ଗୋଟାଏରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ଅନୁଷ୍ଠିତ ହେବ।