ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତ ଗୁରୁତର ହୋଇଛନ୍ତି । ତାଙ୍କ ବ୍ରେନ୍ ଡେଡ୍ ହୋଇଥିବାର ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । ଏବେ ଏକ ଘରୋଇ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଥିବା ନେଇ ଦେଲେ ସୂଚନା ।ହୃଦଘାତ ପରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା । ଗତ ୧୮ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା ।ଏଠାରେ ସୂଚାଇ ଦିଆଯାଇପାରେ କି ୩ ମାସ ତଳେ ବରିଷ୍ଠ ନେତା ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡିଥିଲେ । ଯକୃତରେ ପାଣି ଜମି ଯାଇଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଏହି ସମୟରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ ।ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ଜଣେ ନାମୀ ଓ ଦକ୍ଷ ରାଜନେତା ଭାବରେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ସେ ବହୁବାର ମନ୍ତ୍ରୀ ଭାବରେ ଦାୟିତ୍ୱ ତୁଲାଇଛନ୍ତି । କିନ୍ତୁ ବିବାଦୀୟ ମନ୍ତବ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କାର କରାଯିବାରୁ ସେ ୨୦୦୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢିଥିଲେ । ହେଲେ ତାଙ୍କୁ ପରାଜୟର ସ୍ୱାଦ ଚାଖିବାକୁ ପଡିଥିଲା । ଏହାପରେ ସେ ବିଜେପିକୁ ବାଏ ବାଏ କରିଥିଲେ । ଗତ କିଛି ମାସ ପୂର୍ବରୁ ଦାମ ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କରି ପୁଣି ବିଜେଡିକୁ ଫେରାଇ ଆଣିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post