ବିଭିନ୍ନ ସମୟରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପୂର୍ବରୁ ଓଡ଼ିଶା ବହୁ ଜାତୀୟ ତଥା ଅନ୍ତର୍ଜାତୀୟ ପୁରସ୍କାର ହାସଲ କରିଥିଲା । ତେବେ ଏହା ମଧ୍ୟରେ ଓଡ଼ିଶା ଜିତିଛି ସ୍ୱର୍ଣ୍ଣ ପଦକ । ନୂଆଦିଲ୍ଲୀର ପ୍ରଗତି ମୈଦାନରେ କେନ୍ଦ୍ର ସରକାରଙ୍କ ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ସ୍ୱର୍ଣ୍ଣ ପଦକ ଜିତି ରାଜ୍ୟବାସୀଙ୍କ ଗୌରବ ବଢ଼ାଇଛି ।କେନ୍ଦ୍ର ସରକାରଙ୍କ ବାଣିଜ୍ୟ ମନ୍ତ୍ରଣାଳୟ ତରଫରୁ ଏହି ମେଳାର ଆୟୋଜନ କରାଯାଇଥିବା ବେଳେ ସେଥିରେ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ, ବିଭିନ୍ନ ମନ୍ତ୍ରଣାଳୟ ଅଂଶଗ୍ରହଣ କରିଥିଲେ । ତେବେ ଓଡ଼ିଶା ପାଭିଲିୟନ ସେଥିରେ ପ୍ରଥମ ସ୍ଥାନ ଅଧିକାର କରିବା ସହିତ ସ୍ୱର୍ଣ୍ଣ ହାସଲ କରିଛି । ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ ଉଦଯାପନୀ ଉତ୍ସବରେ ଏହି ପୁରସ୍କାର ଗ୍ରହଣ କରିଥିଲେ ।୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଗତ ୧୪ ତାରିଖରୁ ଆରମ୍ଭ ହୋଇଥିଲା । ଉକ୍ତ ମେଳାରେ ଓଡ଼ିଶା ପାଭିଲିୟନର ପରିକଳ୍ପନା ଓ ନିର୍ମାଣକୁ ଦେଶ, ବିଦେଶର ବହୁ ପର୍ଯ୍ୟଟକ ପ୍ରଶଂସା କରିବା ସହିତ ମିଲେଟରୁ ପ୍ରସ୍ତୁତ ଆରିସା ପିଠା, ମିକ୍ସଚର, କୁକିଜ, ନୁଡୁଲ୍ସକୁ ବେଶ୍ ପସନ୍ଦ କରିଥିଲେ । ସେହିପରି ରାଜ୍ୟର ହସ୍ତତନ୍ତରେ ନିର୍ମିତ କରୁଣା ପାଟ, କନ୍ଧମାଳ ଅଦା, ସୋରିଷ, ପାଳୁଅ ଆଦି ସମସ୍ତଙ୍କର ବେଶ୍ ପସନ୍ଦଯୋଗ୍ୟ ଜିନିଷ ଭାବେ ସୁନାମ ଆଣିଥିଲା । ଓଡ଼ିଶା ପାଭିଲିୟନରେ ବୋଇତ ଉପରେ ରହିଥିବା ତନ୍ତ ବସ୍ତ୍ରକୁ ସମସ୍ତେ ପ୍ରଶଂସା କରିଥିଲେ । ଏଥିସହିତ ଚାନ୍ଦୁଆ, ପଟ୍ଟଚିତ୍ର, ପ୍ରସ୍ତର ମୂର୍ତ୍ତିକୁ ମଧ୍ୟ ଦର୍ଶକଙ୍କ ମନ ମୋହିଥିଲା । ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ସଡ଼କ ସୁରକ୍ଷା କ୍ଷେତ୍ରରେ ଉତ୍ତମ ପଦକ୍ଷେପ ପାଇଁ ଓଡ଼ିଶା ସ୍ୱତନ୍ତ୍ର ଜୁରି ପାଇଥିଲା ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post