ନାମାଙ୍କନ ପତ୍ର ଦାଖଲ କଲେ ତିନି ଦଳର ପ୍ରାର୍ଥୀ

ପଦ୍ମପୁର, : ପଦ୍ମପୁର ଉପନିର୍ବାଚନ ପାଇଁ ତିନି ଦଳର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପ୍ରଥମେ ବିଜେଡି ପ୍ରାର୍ଥୀନୀ ବର୍ଷା ବରିହା ନାମାଙ୍କନ ପତ୍ର ଦାଖଲ କରିଥିଲେ । ସେ ଏକ ଶୋଭାଯାତ୍ରାରେ ଯାଇ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିିଥିଲେ। ଏହି ସମୟରେ ବହୁ ନେତା ଓ ସମର୍ଥକ ସେଠାରେ ଉପସ୍ଥିତ ଥିଲେ।

ଆଜି ସକାଳେ ପ୍ରଥମେ ସ୍ଵାଧୀନ ପ୍ରାର୍ଥୀ ଭାବେ ଜୟନ୍ତ ଥାପା ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ପରେ ବର୍ଷା ବରିହା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହା ପରେ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ ।

ପରେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ମଧ୍ୟ ନାମାଙ୍କନ ଭରିଛନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ କଂଗ୍ରେସର ବହୁ ବରିଷ୍ଠ ନେତାଙ୍କ ଗହଣରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଛନ୍ତି ସତ୍ୟଭୂଷଣ ।

RELATED POSTS

ପରେ ବିଜେପି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଏହି ସମୟରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବରଗଡ଼ ସାଂସଦ ସୁରେଶ ପୂଜାରୀ, ବରିଷ୍ଠ ନେତା କନକବର୍ଦ୍ଧନ ସିଂଦେଓ ଓ ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଆସନ୍ତା ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଆଜି ନାମାଙ୍କନ ଦାଖଲର ଶେଷ ଦିନ ଥିବାବେଳେ​ ୧୮ରେ ନାମାଙ୍କନ ଯାଞ୍ଚ୍ ହେବ । ସେହିଭଳି ନଭେମ୍ବର ୨୧ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବାବେଳେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।