ପୁଣି ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା ପରେ ସେ କୋରେଇ ଓ ନିମାପଡାରେ ସମ୍ବୋଧନ କରିବେ।ଏହି କ୍ରମରେ ମେ ୨୯ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବୁଧବାର ସେ ୩ଟି ସଭା କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର।୨୯ ତାରିଖ ଦିନ ୧୨ଟାରେ ବାରିପଦା ଛଉ ପଡ଼ିଆରେ ପ୍ରଥମ ସଭା କରିବା ପରେ ସାଢ଼େ ୧ରେ ବାଲେଶ୍ବରରେ, ୩ଟା ୩୦ରେ କେନ୍ଦ୍ରାପଡ଼ାରେ ସଭା କରିବେ।ଏହାସହ ୨୭ରେ ପୁଣି ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ୨୭ରେ ଭଦ୍ରକ ଯାଦପୁର କେନ୍ଦ୍ରାପଡା କାକଟପୁର ଓ ୨୮ରେ ରାଇରଙ୍ଗପୁର ମୋରଡା ସୋର ଜଗତସିଂହପୁରରେ ପ୍ରଚାର କରିବେ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲେଶ୍ୱର ଭଦ୍ରକ ଜଗତସିଂହପୁର କେନ୍ଦ୍ରାପଡା ରେ ୨୭ରୁ ୩୦ ଯାଏଁ ପ୍ରଚାର କରିବେ । ୨୭ ଓ ୨୮ରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରାପଡା ଓ ଭଦ୍ରକରେ ପ୍ରଚାର କରିବେ ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Next Post