ପୁଣି ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା ପରେ ସେ କୋରେଇ ଓ ନିମାପଡାରେ ସମ୍ବୋଧନ କରିବେ।ଏହି କ୍ରମରେ ମେ ୨୯ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବୁଧବାର ସେ ୩ଟି ସଭା କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର।୨୯ ତାରିଖ ଦିନ ୧୨ଟାରେ ବାରିପଦା ଛଉ ପଡ଼ିଆରେ ପ୍ରଥମ ସଭା କରିବା ପରେ ସାଢ଼େ ୧ରେ ବାଲେଶ୍ବରରେ, ୩ଟା ୩୦ରେ କେନ୍ଦ୍ରାପଡ଼ାରେ ସଭା କରିବେ।ଏହାସହ ୨୭ରେ ପୁଣି ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ୨୭ରେ ଭଦ୍ରକ ଯାଦପୁର କେନ୍ଦ୍ରାପଡା କାକଟପୁର ଓ ୨୮ରେ ରାଇରଙ୍ଗପୁର ମୋରଡା ସୋର ଜଗତସିଂହପୁରରେ ପ୍ରଚାର କରିବେ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲେଶ୍ୱର ଭଦ୍ରକ ଜଗତସିଂହପୁର କେନ୍ଦ୍ରାପଡା ରେ ୨୭ରୁ ୩୦ ଯାଏଁ ପ୍ରଚାର କରିବେ । ୨୭ ଓ ୨୮ରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରାପଡା ଓ ଭଦ୍ରକରେ ପ୍ରଚାର କରିବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post