ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ଡିଜିଟାଲ ସାର୍ଟିଫିକେଟ । ପରୀକ୍ଷାର୍ଥୀମାନଙ୍କୁ ପ୍ରଥମ ଥର ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଡିଜିଟାଇଜଡ ସାର୍ଟିଫିକେଟ ପ୍ରଦାନ କରିବ । ତେବେ ପରୀକ୍ଷା ଫଳାଫଳ ପ୍ରକାଶ ପାଇବାର ୭ ଦିନ ମଧ୍ୟରେ ଅନଲାଇନରେ ଏହି ସାର୍ଟିଫିକେଟ ପ୍ରଦାନ କରାଯିବ । ପରୀକ୍ଷାର୍ଥୀମାନେ ଆଡମିଟ କାର୍ଡରେ ଥିବା ରୋଲ ନମ୍ବର ସହାୟତାରେ ନିଜ ନିଜର ଡିଜିଟାଇଜଡ ମାଟ୍ରିକ ସାର୍ଟିଫିକେଟ ଓ ମାର୍କସିଟ୍ ବୋର୍ଡ ୱେବସାଇଟରୁ ଡାଉନଲୋଡ କରିପାରିବେ । ଏହା ବ୍ୟତୀତ ସାର୍ଟିଫିକେଟର ହାର୍ଡ କପି ରେଜଲ୍ଟ ବାହରିବାର ୧ ମାସ ମଧ୍ୟରେ ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ଯାଇ ଆଣିପାରିବେ । ଏହି ସମସ୍ତ ସୂଚନା ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ଦେଇଛନ୍ତି ।ସୂଚନାନୁଯାୟୀ, ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ମାଟ୍ରିକ ଖାତା ମୂଲ୍ୟାୟନ ସଂକ୍ରାନ୍ତରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ତରାଇ କହିଛନ୍ତି ଯେ, ପ୍ରଥମ ଥର ପାଇଁ ଏଭଳି ଡିଜିଟାଇଜଡ ସାର୍ଟିଫିକେଟ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ । ତେବେ ମାର୍ଚ୍ଚ ୧୫ ତାରିଖରୁ ୫୫ଟି କେନ୍ଦ୍ରରେ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ଖାତା ମୂଲ୍ୟାଙ୍କନ ଚାଲିଛି ବୋଲି ଶ୍ରୀ ତରାଇ କହିଛନ୍ତି । ଖାତା ଦେଖା ପାଇଁ ୧୬ ହଜାର ୨୩୫ ଜଣ ଶିକ୍ଷକ ଶିକ୍ଷୟତ୍ରୀ ନିୟୋଜିତ ହୋଇଛନ୍ତି । ଖାତା ଦେଖା କାର୍ଯ୍ୟ ସଂପୂର୍ଣ୍ଣ କରିବା ଲାଗି ୧୫ ଦିନ ସମୟ ଧାର୍ଯ୍ୟ କରାଯାଇଛି ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post
Next Post