ନେତା-ମନ୍ତ୍ରୀଙ୍କ ଲିଖିତ ସୁପାରିଶ ଆଣି ନିଜର ବଦଳି ଓ ପଦୋନ୍ନତି ପାଇଁ ଚାପ ପକାଇବା ଏଣିକି ସରକାରୀ କର୍ମଚାରୀଙ୍କୁ ମହଙ୍ଗା ପଡ଼ିବ। ମୁଖ୍ୟ ସଚିବ ଆଜି ସମସ୍ତ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସରକାରୀ କର୍ମଚାରୀମାନଙ୍କ ଦ୍ୱାରା ବଦଳି ଓ ନିଯୁକ୍ତି ପାଇଁ ପକାଯାଉଥିବା ଅଯଥା ପ୍ରଭାବ ଓ ଚାପ ଉପରେ କଟକଣା ଜାରି କରିଛନ୍ତି। ଏହା ସହିତ ଏହି ଗାଇଡଲାଇନର ପ୍ରଭାବୀ ଢଙ୍ଗରେ କାର୍ଯ୍ୟକାରିତାକୁ ସୁନିଶ୍ଚିତ କରିବା ପାଇଁ ସଚିବ ଓ ଜିଲ୍ଲାପାଳମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ସଚିବ ତାଙ୍କ ଚିଠିରେ ଲେଖିଛନ୍ତି, କିଛି ସରକାରୀ କର୍ମଚାରୀ ନିଜର ବଦଳି କିମ୍ବା ନିଯୁକ୍ତି ପାଇଁ ବାହ୍ୟ ଚାପ ପକାଇବାକୁ ପ୍ରୟାସ କରୁଛନ୍ତି। ଏଭଳି ଅଭ୍ୟାସ ‘ଓଡ଼ିଶା ଗଭର୍ଣ୍ଣମେଂଟ ସର୍ଭ୍ୟାଣ୍ଟ କଣ୍ଡକ୍ଟ ରୁଲସ୍-୧୯୫୯ର ରୁଲ-୨୩ର’ ସିଧାସଳଖ ଉଲ୍ଲଘଂନ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ