ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ। ଭାଜପା ନେତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ଦଳର ବରିଷ୍ଠ ନେତା ରାଜୀବ ଚନ୍ଦ୍ରଶେଖର, ସୁଧାଂଶୁ ତ୍ରିବେଦୀ ଏବଂ ଓମ୍ ପାଠକ ନୂଆଦିଲ୍ଲୀରେ ନିର୍ବାଚନ କମିଶନଙ୍କୁ ଭେଟି ସୁଜାତା କିଭଳି ଖୋଲାଖୋଲି ସରକାରୀ କଳ ଓ କ୍ଷମତାର ଦୁରୁପଯୋଗ କରିବା ସହ ବିଜେଡି ସପକ୍ଷରେ ଭୋଟ୍ କରାଇବା ନିମନ୍ତେ ଅପଚେଷ୍ଟା କରୁଛନ୍ତି, ସେନେଇ ଗୁରୁବାର ଇସିଆଇଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ।
ଏପରିକି କ୍ଷମତାର ଦୁରୁପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରାଇବା ନିମନ୍ତେ ସୁଜାତା ପ୍ରୟାସ କରୁଛନ୍ତି ବୋଲି ଭାଜପା ଅଭିଯୋଗ କରିଥିଲା। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ୍ ଦାବି କରିଥିଲା। ସୂଚନା ଅନୁସାରେ, ସୁଜାତା ସ୍ବାମୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଏଭଳି କାର୍ଯ୍ୟରେ ଜଡ଼ିତ ଅଛନ୍ତି। ଓଡ଼ିଶା ସରକାର ପ୍ରାୟ ୭୦ ହଜାର ମହିଳାଙ୍କୁ ଏହି ଏସ୍ଏଚ୍ଜିରେ ସାମିଲ କରିଛନ୍ତି। ଆଉ ସେମାନଙ୍କ ମାଧ୍ୟମରେ ସୁଜାତା ଏବେ ଭୋଟରଙ୍କୁ ପ୍ରଭାବିତ କରିବା କାର୍ଯ୍ୟ କରିବାରେ ଲାଗିଛନ୍ତି। ଏପରିକି ବିଜେଡିକୁ ଭୋଟ୍ ନ ଦେଲେ ମିଶନ ଶକ୍ତି ବିଭାଗ ଯୋଗାଉଥିବା ସରକାରୀ ସୁବିଧା ବନ୍ଦ କରିଦିଆଯିବ ବୋଲି ଧମକ ଦେବାକୁ ମଧ୍ୟ ପଛାଉନାହାନ୍ତି।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?