ଜନତା ଜନାର୍ଦ୍ଦନଙ୍କ ଭୋଟ୍ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି ଚିତ୍ର ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶାରେ ଶାସନ କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ଆଗରେ ଦେଖିବାକୁ ମିଳିଛି।୨୦୨୪ ନିର୍ବାଚନରେ ବହୁମତ ପାଇ ଭାଜପା ସରକାର ଗଢ଼ିଛି। ଦଳୀୟ ନିଷ୍ପତ୍ତି ଆଧାରରେ ମୋହନ ଚରଣ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି। ଏଣୁ ଏବେ ନବୀନ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ। ବିଜେଡି ସରକାର କ୍ଷମତାରୁ ଯିବା ଏବଂ ନୂଆ ସରକାର ଶପଥ ନେବାର ଦିନକ ପରେ ନବୀନ ନିବାସରେ ଥିବା ଅସ୍ଥାୟୀ ପୋଲିସ କ୍ୟାମ୍ପକୁ ଉଠାଯାଇଛି।ନବୀନ ନିବାସ ଆଗରେ ଥିବା ପୋଲିସ କ୍ୟାମ୍ପର ସାମଗ୍ରୀକୁ ବାହାର କରାଯାଇଛି। ପ୍ରୋଟୋକଲ ଅନୁଯାୟୀ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କଠାରୁ ସୁରକ୍ଷାକୁ ହଟାଇ ଦିଆଯାଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post