ଖୋର୍ଦ୍ଧା ବରୁଣେଇ ଗସ୍ତରେ ନବୀନ ଓଡ଼ିଶା ଅଧ୍ୟକ୍ଷ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ଭୋରୁ ଖୋର୍ଦ୍ଧା ବରୁଣେଇ ଗସ୍ତ କରିଛନ୍ତି । ବରୁଣେଇ ମନ୍ଦିର ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି । ଏହା ସହିତ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ସୁବ୍ୟବସ୍ଥିତ ପାଇଁ ପଦକ୍ଷେପ ବାବଦରେ ପଚାରି ବୁଝିଛନ୍ତି । ସେହିପରି ମନ୍ଦିରର ରୂପାନ୍ତର କାମ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସଂପର୍କରେ ପୂଜକ, ଜିଲ୍ଲା ପ୍ରଶାସନ ସହିତ ଆଲୋଚନା କରିଛନ୍ତି ।ଆଜି ଭୋର ୫ଟା ରେ ସେ ଖୋର୍ଦ୍ଧା ବରୁଣେଇରେ ପହଞ୍ଚି ବିଭିନ୍ନ ସମୀକ୍ଷା କରିଥିଲେ । ସମଗ୍ର ଅଞ୍ଚଳ ବୁଲି ଦେଖିବା ସହ ପୂଜକଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି । ଏହି ସମୀକ୍ଷା ଅବସରରେ ୫ଟି ଅଧ୍ୟକ୍ଷ ଖୋର୍ଦ୍ଧା ବରୁଣେଇ ମନ୍ଦିରର ରୂପାନ୍ତର କାମ ଆଗେଇ ନେବାକୁ ସେ ପରାମର୍ଶ ଦେଇଛନ୍ତି ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post