ଖୋର୍ଦ୍ଧା ବରୁଣେଇ ଗସ୍ତରେ ନବୀନ ଓଡ଼ିଶା ଅଧ୍ୟକ୍ଷ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ଭୋରୁ ଖୋର୍ଦ୍ଧା ବରୁଣେଇ ଗସ୍ତ କରିଛନ୍ତି । ବରୁଣେଇ ମନ୍ଦିର ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି । ଏହା ସହିତ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ସୁବ୍ୟବସ୍ଥିତ ପାଇଁ ପଦକ୍ଷେପ ବାବଦରେ ପଚାରି ବୁଝିଛନ୍ତି । ସେହିପରି ମନ୍ଦିରର ରୂପାନ୍ତର କାମ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସଂପର୍କରେ ପୂଜକ, ଜିଲ୍ଲା ପ୍ରଶାସନ ସହିତ ଆଲୋଚନା କରିଛନ୍ତି ।ଆଜି ଭୋର ୫ଟା ରେ ସେ ଖୋର୍ଦ୍ଧା ବରୁଣେଇରେ ପହଞ୍ଚି ବିଭିନ୍ନ ସମୀକ୍ଷା କରିଥିଲେ । ସମଗ୍ର ଅଞ୍ଚଳ ବୁଲି ଦେଖିବା ସହ ପୂଜକଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି । ଏହି ସମୀକ୍ଷା ଅବସରରେ ୫ଟି ଅଧ୍ୟକ୍ଷ ଖୋର୍ଦ୍ଧା ବରୁଣେଇ ମନ୍ଦିରର ରୂପାନ୍ତର କାମ ଆଗେଇ ନେବାକୁ ସେ ପରାମର୍ଶ ଦେଇଛନ୍ତି ।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post
Next Post