ବସ୍ କର୍ମଚାରୀ ମାନଙ୍କ ସହ 5T ସଚିବଙ୍କ ଆଲୋଚନା
ଭୁବନେଶ୍ୱର: ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍ । ଏହି ଅବସରରେ ଲକ୍ଷ୍ମୀ ଯୋଜନାର ବସ୍ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି ଫାଇଭ-ଟି ସଚିବ । ୩-ଏସ୍ ସୁରକ୍ଷା, ସୁବିଧା ଓ ସମ୍ମାନ ଉପରେ 5T ସଚିବ ଗୁରୁତ୍ବ ଦେଇଛନ୍ତି । ଯାତ୍ରୀ ମାନଙ୍କୁ ପରିବାରର ଲୋକ ଭଳି ବ୍ୟବହାର କରିବାକୁ ଲକ୍ଷ୍ମୀ ବସ କର୍ମଚାରୀ ମାନଙ୍କୁ ସେ ପରାମର୍ଶ ଦେଇଛନ୍ତି । ଏହି ଆଲୋଚନାରେ ବସ୍ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ ।
ତେଣୁ ଲୋକମାନଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ପ୍ରଥମ ଦାୟିତ୍ବ ହେବା ଉଚିତ। ଏହି ବସ୍ ଯୋଜନାରେ ଛୋଟ ପିଲା ଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ ଶକ୍ତି ମା ମାନେ, ସମସ୍ତେ ଉପକୃତ ହେବେ । ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ । ଚାଷୀ ତାର ଉତ୍ପାଦିତ ଦ୍ରବ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ । ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ । ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ ।