ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଛି। ଆଉ ଏଥିରେ ଖୋରାକ ଯୋଗାଇଛି ସମୀରଙ୍କ ଟ୍ବିଟ୍।ଶନିବାର ନିର୍ବାଚିତ ପ୍ରତିନିଧିଙ୍କ ସହ ୩ ହଜାରରୁ ଅଧିକ କର୍ମୀ ଦଳ ଛାଡିବା ନେଇ ଲିଖିତ ଭାବେ ଜଣାଇଛନ୍ତି । ତୁରନ୍ତ ପ୍ରାର୍ଥୀ ପରିବର୍ତ୍ତନ କରିବା ପାଇଁ ଚେତାବନୀ ଦେଇଥିବା ବେଳେ ଦଳକୁ ୧୨ ଘଣ୍ଟିିଆ କଣ୍ଟ ଦେଇଛନ୍ତି । ଏହାରି ଭିତରେ ଚର୍ଚ୍ଚା ବଢାଇଛି ସମୀର ଦାଶଙ୍କ ଟ୍ବିଟ । ନିଜ ଏକ୍ସ’ରେ ସେ ଲେଖିଛନ୍ତି, ସମସ୍ତଙ୍କୁ ହୃଦୟରୁ ସାଧୁବାଦ। ଏଥିସହ #ସମୀରପରିବାର ମଧ୍ୟ ଲେଖିଛନ୍ତି। ତେବେ ସେ କେଉଁ ଆଡକୁ ଇଙ୍ଗିତ କରି ଏପରି ଲେଖିଛନ୍ତି ସେ ନେଇ ଚର୍ଚ୍ଚା ବଢିବାରେ ଲାଗିଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post