ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାସ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ସମୀର ଦାସ । ସେ ନିଜ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଟିକେଟ କଟିବା ପରେ ଅସନ୍ତୁଷ୍ଟ ଥିଲେ ନିମାପଡ଼ା ବିଧାୟକ । ତେବେ ନିଷ୍ପତ୍ତିର ପୁନର୍ବିଚାର ପାଇଁ ବାରମ୍ବାର ଶକ୍ତି ପ୍ରଦର୍ଶନ କରୁଥିଲେ । ନିର୍ବାଚନୀ ସମୟରେ ସମୀରଙ୍କ ଏଭଳି ନିଷ୍ପତ୍ତି ଦଳ ପାଇଁ ବଡ଼ କ୍ଷତି ସାବ୍ୟସ୍ତ ହୋଇପାରେ ।ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାସ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ନିଜ ଇସ୍ତଫାର କାରଣ କହିଛନ୍ତି । ବିଜେଡି ନେତା ତାଙ୍କ ଉପରୁ ଆସ୍ଥା ହରାଇଥିବାରୁ ସେ ଇସ୍ତଫା ଦେଇଛନ୍ତି । ୨୦୦୬ରୁ ଦଳରେ ଶୃଙ୍ଖଳିତ ଭାବେ କାର୍ଯ୍ୟ କରି ଆସୁଥିଲେ । ଏହା ସତ୍ତ୍ୱେ ନିମାପଡ଼ା, ଗୋପ ବିଜେଡି ସଙ୍ଗଠନରୁ ଆସ୍ଥା ହରାଇଥିବା କହିଛନ୍ତି ସମୀର । ନେତା ଆସ୍ଥା ହରାଇଥିବାରୁ ଦଳରେ ରହିବା ଠିକ୍ ନୁହେଁ । ତେଣୁ ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତିଙ୍କ ନିକଟକୁ ପଠାଇଛନ୍ତି । ସମୀର ନିମାପଡ଼ାରୁ ବିଜେଡି ଟିକେଟରେ ୩ ଥର(୨୦୦୯, ୨୦୧୪, ୨୦୧୯) ଜିତିଥିଲେ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି