ବ୍ୟାନ ହେବନି ପାନ ମସଲା
ଓଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏହାରି ଭିତରେ ଶୁକ୍ରବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ପଷ୍ଟ କରିଛି ଯେ, ଯେଉଁ ପାନ ମସଲାରେ ତମାଖୁ କିମ୍ବା ନିକୋଟିନ୍ ନାହିଁ, ତାହା ଗତ ୨୧ ତାରିଖର ବିଜ୍ଞପ୍ତି ସଂଖ୍ୟା ୨୦୬୫ ଅନୁଯାୟୀ ଲାଗୁ କରାଯାଇଥିବା ନିଷେଧାଦେଶ ଅଧୀନରେ ଆସୁନାହିଁ । CT&GST ଏବଂ ଅର୍ଥ ବିଭାଗକୁ ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି ।
ଏହାର ଅର୍ଥ ହେଉଛି, ସରକାରଙ୍କ ଦ୍ୱାରା ନିକଟରେ ଜାରି ହୋଇଥିବା ପ୍ରତିବନ୍ଧକ କେବଳ ତମାଖୁ ବା ନିକୋଟିନ୍ ମିଶ୍ରିତ ପାନ ମସଲା ପାଇଁ ଲାଗୁ ହେବ । ସାଧାରଣ (ତମାଖୁ ବିହୀନ) ପାନ ମସଲା ଉପରେ ଏହି ନିଷେଧାଦେଶ ଲାଗୁ ହେବ ନାହିଁ ।