ଓଡିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ।ଏତଦ୍ବ୍ୟତୀତ ଜ୍ଞାନପୀଠ ପୁରସ୍କାର ବିଜେତା, ପଦ୍ମପୁରସ୍କାର ବିଜେତା, ସାହିତ୍ୟ ଅକାଦେମି ପୁରସ୍କାରପ୍ରାପ୍ତ ବ୍ୟକ୍ତି, କବୀର ସମ୍ମାନ ପୁରସ୍କାରପ୍ରାପ୍ତ, ରାଜ୍ୟ ଏକାଡ଼େମୀର ସର୍ବୋଚ୍ଚ ପୁରସ୍କାର ବିଜେତାମାନଙ୍କୁ ସମ୍ମାନିତ କରାଯିବ।ଏହି ସମ୍ମିଳନୀରେ ଓଡ଼ିଶାର ଗୌରବମୟ ଅତୀତ ଓ ପରିବର୍ତ୍ତନଶୀଳ ବର୍ତ୍ତମାନ ଏବଂ ପ୍ରେରଣାଦାୟୀ ଭବିଷ୍ୟତର ଏକ ସୁସଜ୍ଜିତ ପ୍ରଦର୍ଶନୀ ପ୍ରଦର୍ଶିତ ହେବ। ଏହି ପ୍ରଦର୍ଶନୀ ତିନୋଟି ବିସ୍ତୃତ ବିଷୟ ଏବଂ ସମୟସୀମା ଉପରେ ଆୟୋଜିତ ହୋଇଛି ଯଥା- ପ୍ରାଚୀନ, ମଧ୍ୟ ଓ ଆଧୁନିକ।ଏହି ପ୍ରଦର୍ଶନୀରେ ଓଡ଼ିଆ ଭାଷା ଏବଂ ଲିପିର ଉତ୍ପତ୍ତି ଓ ବିବର୍ତ୍ତନ, ପ୍ରାଚୀନ ପ୍ରସ୍ତର ଅଭିଲେଖ, ତାମ୍ରଫଳକ, ତାଳପତ୍ର ପୋଥି, କଳିଙ୍ଗଶୈଳୀର ମନ୍ଦିର ସ୍ଥାପତ୍ୟ, ଓଡ଼ିଶାର ନୌବାଣିଜ୍ୟ ସମ୍ପର୍କିତ କଳାକୃତିଗୁଡ଼ିକ ସୁଦୃଶ୍ୟ ଚିତ୍ରପଟ୍ଟ ମାଧ୍ୟମରେ ପ୍ରଦର୍ଶିତ ହେବ।ମଧ୍ୟଯୁଗୀୟ ଓଡ଼ିଆ ସାହିତ୍ୟର ନବଜାଗରଣ ପ୍ରଦର୍ଶିତ ହେବ। ଓଡ଼ିଶାର କଳା ଏବଂ ଭାସ୍କର୍ଯ୍ୟ, ନୃତ୍ୟ ଏବଂ ସଙ୍ଗୀତ ପରମ୍ପରାଗୁଡ଼ିକ ପ୍ରଦର୍ଶିତ ହେବ।ଛାପାଖାନାର ଆଗମନ ଏବଂ ଓଡିଆ ଭାଷାର ପ୍ରସାରରେ ଏହାର ପ୍ରଭାବ ଉପଯୁକ୍ତ କଳାକୃତି ଫଟୋ ସହିତ ପ୍ରଦର୍ଶିତ ହେବ। ସମସାମୟିକ ସମ୍ବାଦପତ୍ର, ପତ୍ରପତ୍ରିକା ଏବଂ ଆଧୁନିକ ଚିନ୍ତାନାୟକମାନଙ୍କର ଭାବଧାରା ପ୍ରଦର୍ଶିତ ହେବ।ଏହା ଓଡ଼ିଆ ଭର୍ଚୁଆଲ୍ ଏକାଡେମୀ ପ୍ରଦର୍ଶନ, ଉଇକିପିଡ଼ିଆ ଏବଂ ଓଡ଼ିଆ ଫଣ୍ଟ ସମ୍ପର୍କରେ ଆଲୋକପାତ କରିବ।୪ ଫେବ୍ରୁଆରିରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଏକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ।ସ୍କୁଲ ପିଲା ଓ ଯୁବକମାନଙ୍କ ମଧ୍ୟରେ ପଠନ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଏକ ମୋବାଇଲ୍ ଲାଇବ୍ରେରି, ବସ୍ ଓ ମୋବାଇଲ୍ ବୁକ୍ଆର୍ଟ ମାଧ୍ୟମରେ ‘ଆସ ପଢ଼ିବା’ର ଏକ ଧାରଣା ପ୍ରଦର୍ଶିତ ହେବ।
ଅତୀତର କୃତବିଦ୍ୟ ସାଧକମାନଙ୍କର ଅବଦାନକୁ ସ୍ମରଣକରି ତାଙ୍କର ଆବକ୍ଷ ପ୍ରତିମୂର୍ତ୍ତି ଓ ତୈଳଚିତ୍ର ପ୍ରଦର୍ଶିତ ହେବ। ବିଶିଷ୍ଟ ବ୍ୟକ୍ତିବିଶେଷଙ୍କର ଓଡ଼ିଆ ଦସ୍ତଖତ ପ୍ରଦର୍ଶିତ ହେବ।ପ୍ରଦର୍ଶନୀକୁ ପିଲାମାନଙ୍କ ପାଇଁ ଅଧିକ ଚଳଚଞ୍ଚଳ କରିବାକୁ ଡାକ ପ୍ରକୋଷ୍ଠ ଓ ସୂଚନା ଫଳକ ପ୍ରଦର୍ଶିତ ହେବ।ଏକ ପୂର୍ଣ୍ଣାଙ୍ଗ ‘କୋଣାର୍କ ଅଶ୍ୱ’ ପ୍ରତିମୂର୍ତ୍ତିକୁ ପ୍ରତୀକ ଭାବରେ କେନ୍ଦ୍ରୀୟ ସ୍ଥଳରେ ସ୍ଥାନିତ କରାଯିବ।ବୌଦ୍ଧିକ ଅଧିବେଶନ ଏବଂ ସମ୍ମିଳନୀ କାର୍ଯ୍ୟକ୍ରମଗୁଡିକ ଜୀବନ୍ତଭାବରେ ପ୍ରସାରିତ ହେବ।
ଭୁବନେଶ୍ୱରର କିଟ୍ଠାରେ ଏକ ଆନ୍ତର୍ଜାତିକ କବିତା ମହୋତ୍ସବ, ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଦ୍ୱାରା ଅନ୍ତର୍ଜାତୀୟ ସାହିତ୍ୟ ମହୋତ୍ସବ ଅନୁଷ୍ଠିତ ହେବ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post