ଏଣିକି ରାଜ୍ୟ ଭିତରେ ମେଟ୍ରୋ ଟ୍ରେନର ସୁବିଧା ନେଇପାରିବେ କଟକ ଓ ଭୁବନେଶ୍ୱରର ବାସିନ୍ଦା । ଟ୍ୱିନ ସିଟିରେ ମେଟ୍ରୋ ରେଳ ପ୍ରକଳ୍ପ ଫେଜ୍-୧ ଡିପିଆରକୁ ମଞ୍ଜୁରୀ ଦେଇଛି ରାଜ୍ୟ କ୍ୟାବିନେଟ ବୈଠକ । ବର୍ତ୍ତମାନ ଯଥାଶୀଘ୍ର ଉଭୟ ସହରରେ ମେଟ୍ରୋ ରେଳ ସୁବିଧା ଉପଲବ୍ଧ କରାଇବା ପାଇଁ ଯୋଜନା ଆରମ୍ଭ ହୋଇଯାଇଛି ।ଏହି ପ୍ରକଳ୍ପ ଅନୁସାରେ, ଭୁବନେଶ୍ୱରର ଏୟାରପୋର୍ଟରୁ ତ୍ରିଶୂଳିଆ ମେଟ୍ରୋ ରେଳ ସୁବିଧା ପାଇପାରିବେ ସ୍ଥାନୀୟ ବାସିନ୍ଦା । ଏହି ପ୍ରକଳ୍ପ ପାଇଁ ମୋଟ ୫,୯୨୯ କୋଟି ୩୮ ଲକ୍ଷ ଟଙ୍କାର ବ୍ୟୟ ବରାଦ କରାଯାଇଛି । ଆସନ୍ତା ୪ ବର୍ଷ ମଧ୍ୟରେ ପ୍ରଥମ ପର୍ଯ୍ୟାୟ କାମ ଶେଷ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଏୟାରପୋର୍ଟରୁ ତ୍ରିଶୂଳିଆ ମଧ୍ୟରେ ମୋଟ ୨୦ଟି ଷ୍ଟେସନ ରହିବ ବୋଲି ପ୍ରକଳ୍ପର ଉଦ୍ଦେଶ୍ୟ ରହିଛି । ସମ୍ପୂର୍ଣ୍ଣ ଓଭରବ୍ରିଜ ଉପରେ ସମସ୍ତ ଷ୍ଟେସନ ଓ ରେଳ ଧାରଣା ନିର୍ମାଣ କରାଯିବ । ମେଟ୍ରୋ ପ୍ରକଳ୍ପରେ ଅତ୍ୟାଧୁନିକ କୋଚ୍ ଏବଂ ଟିକେଟ ସହିତ ସିଗନାଲ ଭଳି ସୁବିଧା ଉପଲବ୍ଧ ରହିବ । ଦିଲ୍ଲୀ ମେଟ୍ରୋ ରେଳ ନିଗମ ଦ୍ୱାରା ଏହାର ନିର୍ମାଣ କାର୍ଯ୍ୟ ପାଇଁ ନିଷ୍ପତ୍ତି ନିଆଯାଇଛି ।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post