ରଜ ପରେ ଓଡ଼ିଶା ଛୁଇଁବ ମୌସୁମୀ

ଏଥର ସାମାନ୍ୟ ବିଳମ୍ଭରେ ଆସିବ ମୈାସୁମି ।  ଆସନ୍ତା ୧୮ ରୁ ୨୧ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ । ମୌସୁମୀ ଅଗ୍ରସର ନେଇ ଅନୁକୂଳ ହୋଇଛି ପାଗ । ଭୀଷଣ ବାତ୍ୟା ବିପର୍ଯ୍ୟୟ ଲ୍ୟାଣ୍ଡଫଲ ପରେ ଏନେଇ ମିଳିବ ସ୍ପଷ୍ଟ ସୂଚନା । ଓଡ଼ିଶାକୁ ପ୍ରବେଶ କରିବ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ । ପ୍ରଭାବରେ ୧୮ରୁ ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେବ ପ୍ରାକ୍ ମୌସୁମୀ ବର୍ଷା । ବର୍ଷା ପ୍ରଭାବରେ ରାଜ୍ୟରେ ବଦଳିବ ପାଗ ।  ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୂତ ହେବ ଅସ୍ବାଭାବିକ ପାଗ ।