ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ରାଷ୍ଟ୍ରପତି ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଣୁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ମନ୍ଦିରରେ ଭିଆଇପିଙ୍କ ପ୍ରବେଶ ଉପରେ କଟକଣା କରାଯାଇଛି। ସୋମବାର ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ଆଇନମନ୍ତ୍ରୀଙ୍କ ସୂଚନା ଅନୁସାରେ, ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଲାଗି ପଦକ୍ଷେପ ନିଆଯାଇଛି। ଆସନ୍ତା କାଲି ଅର୍ଥାତ ମଙ୍ଗଳବାର ରଥଯାତ୍ରା ସମ୍ପର୍କିତ ଚୂଡ଼ାନ୍ତ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
Prev Post