ନୂଆ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ରାଜ୍ୟବାସୀଙ୍କୁ ମୋହନ ସରକାର ଆଉ ଏକ ଉପହାର ଭେଟି ଦେଇଛନ୍ତି । ଏହା ୩ ହଜାର ଟଙ୍କାକୁ ବଢିବ ବୋଲି ରାଜ୍ୟ ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।ଖବର ଅନୁସାରେ, ନିର୍ବାଚନ ପୂୂର୍ବରୁ ରାଜ୍ୟରେ ବିଜେପି ସରକାର ଗଠନ କଲେ ଭତ୍ତା ବଢେଇବାକୁ ପ୍ରତିଶୃତି ଦେଇଥିଲା । ଏବେ ତାହା ପୂରଣ କରିବେ ବୋଲି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ବିଭିନ୍ନ ବର୍ଗର ବାର୍ଦ୍ଧକ୍ୟ, ଦିବ୍ୟାଙ୍ଗ ଏବଂ ବିଧବା ଭତ୍ତାକୁ ନେଇ ଆଲୋଚନା କରିଛନ୍ତି । କେଉଁ ବର୍ଗର ଲୋକମାନଙ୍କୁ କେତେ ଭତ୍ତା ବୃଦ୍ଧି କରାଯିବ ସେନେଇ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।ସେହିପରି କାହାକୁ କେତେ ଟଙ୍କା ଭତ୍ତା ବୃଦ୍ଧି କରାଯିବ ଏ ବାବଦରେ ପରେ ସୂଚନା ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ ସ୍ପଷ୍ଟିକରଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ରାଜ୍ୟରେ ଆଗରୁ ବନ୍ଦ ଥିବା ସ୍କୁଲ ଗୁଡିକୁ ପୁଣିଥରେ ଖେଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ଜଣାଇ ଦିଆଯାଇଛି ।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Prev Post
Next Post