ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । କଟକ, ଭୁବନେଶ୍ବରରେ ମଧ୍ୟ ବର୍ଷା ହେଉଛି । ଆସନ୍ତା ତିନି ଦିନ ପୁଣି ବର୍ଷା ହେବ । ଦୁଇଦିନ ପରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ନେଇ ୧୭ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୨୩ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଆଦି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଲଘୁଚାପ ପାଇଁ ବର୍ଷା ହେଉଛି ।