ରାସନ କାର୍ଡରେ ନାଁ ନଥିଲେ ମଧ୍ୟ ଚିକିତ୍ସାରୁ ବଞ୍ଚିତ ହେବେନି ୫ରୁ ୧୮ ବର୍ଷର ପିଲା । ବିଏସକେଓ୍ବାଇ ଯୋଜନାରେ ଅନ୍ତର୍ଭୁକ୍ତ ପରିବାରର ଛୋଟ ପିଲାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ୫ରୁ ୧୮ ବର୍ଷର ପିଲାଙ୍କୁ ମିଳିବ ବଡ଼ ଫାଇଦା । ରାସନ କାର୍ଡରେ ନାଁ ନଥିଲେ ବି ସେମାନେ ଚିକିତ୍ସାରୁ ବଞ୍ଚିତ ହେବେନି । ଯେଉଁମାନଙ୍କ ନାଁ ଏନଏଫଏସଏ ବା ଏଫଏସଏସ ଡାଟା ବେସରେ ମଧ୍ୟ ନାଁ ନାହିଁ ସେମାନଙ୍କ ଚିକିତ୍ସା ମଧ୍ୟ ସୁରୁଖୁରରେ ହୋଇପାରିବ । ଉପଯୁକ୍ତ ତଥ୍ୟ ପ୍ରଦାନ କରି ନିଜ ପିଲାଙ୍କ ନାମ ସାମିଲ କରିପାରିବେ ଅଭିଭାବକ । ଏନେଇ ବିଏସକେଓ୍ବାଇ ସହ ଜଡ଼ିତ ହୋଇଥିବା ସବୁ ମେଡିକାଲକୁ ଚିଠି ଲେଖି ଅବଗତ କରାଇଛନ୍ତି ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ଗତ କିଛି ଦିନ ହେଲା ଏଭଳି ସମସ୍ୟା ଦେଖାଦେଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ଜାଣିବାକୁ ପାଇଥିଲା । ପିଲାଙ୍କ ନାମ ରାସନ କାର୍ଡରେ ପଞ୍ଜିକୃତ ହୋଇନଥିବାରୁ ବିଏସକେଓ୍ବାଇ ଚିକିତ୍ସା ମିଳିପାରୁନଥିଲା ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Next Post