ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିବା ନେଇ ସୂଚନା ମିଳିଛି। ୨ ପର୍ଯ୍ୟାୟରେ ଜିଲାର ୩ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ପ୍ରଚାର କରିବେ ବୋଲି ଜଣାପଡ଼ିଛି। ୨୫ ତାରିଖ ଗୁରୁବାର ବିଷମକଟକ ଓ ଗୁଣପୁର ନିର୍ବାଚନମଣ୍ଡଳୀରେ ପ୍ରଚାର କରିବା ନେଇ ଯୋଜନା ରହିଛି। ସେହିଭଳି ମେ’ ୪ରେ ମୁଖ୍ୟମନ୍ତ୍ରୀ ରାୟଗଡ଼ା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ। ଶନିବାର ଏହି ସୂଚନା ମିଳିବା ପରେ ଦଳୀୟ ନେତା କସରତ ଆରମ୍ଭ କରିଛନ୍ତି। ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀ ସାଧାରଣ ସଭାରେ ଉଦ୍ବୋଧନ ଦେବେ। ଶନିବାର ରାତିରେ ବିଷମକଟକ ଓ ଗୁଣପୁରରେ ପ୍ରଚାର ପାଇଁ ସ୍ଥାନ ନିରୂପଣ ହେବ ବୋଲି ବିଜେଡି ଜିଲା ସଭାପତି ଏନ୍. ଭାସ୍କରରାଓ ସୂଚନା ଦେଇଛନ୍ତି। ଏହାପରେ ରାୟଗଡ଼ା ନିର୍ବାଚନମଣ୍ଡଳୀରେ ହେବାକୁଥିବା ପ୍ରଚାର ପାଇଁ ସ୍ଥାନ ସ୍ଥିର ହେବ ବୋଲି ସେ କହିଛନ୍ତି।
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Next Post