ଶ୍ରଦ୍ଧା କିଏ? ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଆଜି ବିଧାନସଭା ମୌସୁମୀ ଅଧିବେଶନର ଶେଷଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି,ଶ୍ରଦ୍ଧା  ହେଉଛନ୍ତି ମୋ ଫିଜିଓ ଥେରାପିଷ୍ଟ। ମୋ ଭଉଣୀ ଗୀତା ମେହଟ୍ଟା ତାଙ୍କୁ ପଠାଇଥିଲେ। ମୋ ଫିଜିକାଲ୍ ଫିଟ୍‌ନେସ୍‌ ପାଇଁ ମୋ ଭଉଣୀ ତାଙ୍କୁ ପଠାଇଥିଲେ।ଭୁବନେଶ୍ୱରରେ ଏକ ସରକାରୀ ଘର ଦିଆଯାଇଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଏହାକୁ ଖଣ୍ଡନ କରିଛନ୍ତି। ଶ୍ରଦ୍ଧାଙ୍କୁ ସରକାରୀ ଘର ଦିଆଯାଇ ନାହିଁ ବୋଲି ସେ କହିଛନ୍ତି। ସେହିପରି ତାଙ୍କୁ ସରକାରଙ୍କ ପକ୍ଷରୁ କୌଣସି ଟ୍ରାଭେଲ ବିଲ୍ ବି ଦିଆଯାଇନାହିଁ। ଶ୍ରଦ୍ଧା ସରକାରୀ ଅର୍ଥରେ ଭାଟିକାନ ସିଟି ଯାଇ ନଥିଲେ ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟୀକରଣ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଭାଟିକାନ ଯାଇଥିବା ବେଳେ ସେଠାରେ ମଧ୍ୟ ଉପସ୍ଥିତ ଥିଲେ ଶ୍ରଦ୍ଧା।