ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏନେଇ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରାହିଛି । ହୀରାକୁଦର ଡ୍ୟଅମର ଉପରମୁଣ୍ଡାରେ ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ଡ୍ୟାମର ଗେଟ ଖୋଲିବା ପାଇଁ ନିଷ୍ପତି ନେଇଛନ୍ତି । ଏନେଇ ଆଜି ଅପରାହ୍ନ ୪ଟାରେ ହୀରାକୁଦର ୨ଟି ଗେଟ ଖୋଲାଯିବ ବୋଲି ସୂଚନା ମିଳିଛି । ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୮.୧୦ ଫୁଟ ରହିଥିଲା । କିନ୍ତୁ ଲଘୁଚାପର ପ୍ରଭାବରେ ଏହାର ଜଳସ୍ତର ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଗେଟ ଖୋଲିବା ପାଇଁ ଆଦେଶ ଦେଇଛନ୍ତି । ପ୍ରତି ସେକେଣ୍ଡରେ ଜଳ ୪୭୪୬୬ କ୍ୟୁସେକ ଜଳଭଣ୍ଡାରକୁ ପ୍ରବେଶ କରୁଛି । ଏହି ଅନୁପାତରେ ୩୪୭୬୧ କ୍ୟୁସେକ ଜଳ ପ୍ରତି ସେକେଣ୍ଡରେ ନିଷ୍କାସିତ ମଧ୍ୟ ହେଉଛି । ଆଗକୁ ୩ ଧରି ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଉପରି ନିଷ୍ପତି ନିଆଯାଇଛି ବୋଲି ହୀରାକୁଦ ବନ୍ଧର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ସାହୁ ସୂଚନା ଦେଇଛନ୍ତି ।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Next Post