ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳିନ ଅଧିବେସନ । ଏହି ଅଧିବେସନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା କାଲି ପ୍ରଥମ ଦିବସରେ ପ୍ରଥମ ଥର ପାଇଁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌାପଦୀ ମୁର୍ମୁ ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରିବେ । ଏହା ନିଶ୍ଚିତ ଭାବେ ଆମ ସମସ୍ତଙ୍କ ପାଇଁ ଐତିହାସିକ ମୁହୁର୍ତ । ମହାମହିମ ରାଷ୍ଟ୍ରପତି ମହୋଦୟା ଏହି ବିଧାନସଭାରେ ସଦସ୍ୟା ଓ ମନ୍ତ୍ରୀ ମଧ୍ୟ ଥିଲେ । ଏହି ଅବସରରେ ରାଷ୍ଟ୍ରପତି ମହୋଦୟା ତାଙ୍କ ସମୟରେ ଥିବା ପୂର୍ବତନ ବିଧାୟକ ଓ ବର୍ତମାନର ବିଧାୟକମାନଙ୍କ ସହ ସେ ଆଲୋଚନା କରିବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ସୁଚନା ଦେଇଛନ୍ତି ।
ଆଜି ସଂଧ୍ୟାରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତିଙ୍କ ସମେତ ସମସ୍ତ ମନ୍ତ୍ରୀ ଏବଂ ବିଧାୟକ ଏହି ବୈଠକରେ ଯୋଗ ଦେଇ ରଣନୀତି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ ସୁଚନା ଦେଇଛନ୍ତି ।
ଆସନ୍ତା ୨୮ ତାରିଖ ଦିନ ପ୍ରଥମ ସପ୍ଲିମେଂଟାରୀ ବଜେଟ ଉପସ୍ଥାପନ ହେବ । ବିରୋଧୀ ଦଳ ତରଫରୁ ଯେଉଁ ପ୍ରସଙ୍ଗ ଉପସ୍ଥାପନା କରାଯିବ, ସମସ୍ତ ପ୍ରଶ୍ନର ଜବାବ୍ ଦେବାକୁ ଆମେ ପ୍ରସ୍ତୁତ । ଏଥି ସହ ୧୬ ମାସର ବିଜେପି ସରକାରର ସମସ୍ତ ଉପଲବ୍ôଧକୁ ଆମେ ଲୋକଙ୍କ ସମ୍ମୁଖରେ ଉପସ୍ଥାପନା କରିବୁ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ କହିଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ