୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।