ଆସନ୍ତା ଜୁଲାଇ ୮ ତାରିଖରୁ ରତ୍ନଭଣ୍ଡାର ଖୋଲିବା ସହିତ ଅଳଙ୍କାର ଗଣତି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ୨୦ ଦିନ ଧରି ଏହି ଗଣତି ଓ ମଣତି ପ୍ରକ୍ରିୟା ଚାଲିବ। ଏଥିପାଇଁ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ ପଶାୟତ ପୁରୀ ଗସ୍ତରେ ଆସୁଛନ୍ତି। ସେ ଆସନ୍ତା ଜୁଲାଇ ୫ ତାରିଖଠାରୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ରହିବେ। ତେବେ ଭିତର ରତ୍ନଭଣ୍ଡାର ଖୋଲି ଗଣତି ଓ ମଣତି ହେବ କି ଅନ୍ୟ କୌଣସି ଅତ୍ୟାଧୁନିକ ଜ୍ଞାନକୌଶଳ ଆପଣାଇବେ, ସେନେଇ କୌଣସି ସ୍ପଷ୍ଟ ଚିତ୍ର ମିଳିପାରିନି। ଯେହେତୁ ଜଷ୍ଟିସ୍ ପଶାୟତ ପୂର୍ବରୁ ରତ୍ନଭଣ୍ଡାର ଯାଞ୍ଚ କମିଟି ସହ ଆଲୋଚନା ବେଳେ ଏଣ୍ଡୋସ୍କୋପି ଭଳି ପ୍ରକ୍ରିୟା ଗ୍ରହଣ କରିବା ଲାଗି ପ୍ରସ୍ତାବ ଉଠିଥିଲା, ସେ ଦୃଷ୍ଟିରୁ କେମିତି ଅଳଙ୍କାର ଗଣତି ଓ ମଣତି ହେବ, ତାହା ଉପରେ ଶ୍ରୀଜଗନ୍ନାଥ ପ୍ରେମୀଙ୍କର ନଜର ରହିଛି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post