ଟ୍ଵିନସିଟି ରେ ଉଡ଼ିଲା ଟଙ୍କା । ଆଶ୍ଚର୍ଯ୍ୟଜନକ ଲାଗିଲେ ବି କଥା ତା ସତ।ସୂଚନା ମୁତାବକ, ରାଜଧାନୀ ଭୁବନେଶ୍ୱରର ରାଜରାସ୍ତାରେ ନୋଟ୍ ଉଡ଼ିଥିବା ଦେଖିବାକୁ ମିଳିଛି । ୧୦୦, ୨୦୦ ଓ ୫୦୦ ଟଙ୍କିଆ ନୋଟକୁ କିଛି ଲୋକ ଉଡ଼ାଇଥିବା ଖବର ସାମ୍ନାକୁ ଆସିଛି । ଏହି କଥାଟି ପ୍ରଥମେ ଶୁଣିବା ପରେ ଅଧିକାଂଶ ଲୋକ ଚକିତ ହୋଇଯାଇଥିଲେ । ମାତ୍ର ପରବର୍ତ୍ତୀ ସମୟରେ ଘଟଣା ପଛର ପ୍ରକୃତ ତଥ୍ୟ ସାମ୍ନାକୁ ଆସିଥିଲା ।ପ୍ରକୃତରେ ଚିରାଫଟ ୫୦୦, ୨୦୦ ଓ ୧୦୦ ଟଙ୍କିଆ ନୋଟ୍ ଉଡ଼ିଥିବା ଜଣାପଡ଼ିଛି । ବ୍ୟାଙ୍କରେ ଚିରାଫଟା ନୋଟ ବଦଳାଇ ନ ହେବାରୁ ଏଭଳି ସ୍ଥିତି ଦେଖିବାକୁ ମିଳିଥିଲା । ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଭୁବନେଶ୍ୱର ଶାଖା କାର୍ଯ୍ୟାଳୟ ନିକଟରେ ଅସନ୍ତୁଷ୍ଟ ଗ୍ରାହକମାନେ ଚିରାଫଟା ନୋଟକୁ ଉଡ଼ାଇଥିବା ଜଣାପଡ଼ିଛି । ତେବେ ବ୍ୟାଙ୍କ କର୍ତ୍ତୃପକ୍ଷ ନୋଟ ବଦଳାଉନଥିବା ନେଇ ଗ୍ରାହକମାନେ ଅଭିଯୋଗ କରିଛନ୍ତି । ଏହି ନୋଟ ଉଡ଼ିବା ଘଟଣାକୁ ନେଇ ଏବେ ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
Prev Post
Next Post