୨୦୨୪ ନିର୍ବାଚନ ଫଳାଫଳ ଘୋଷଣା ପରେ ପରେ ଘରୋଇ ଶେୟାର ବଜାର କାରବାରରେ ଉତ୍ସାହ ଦେଖାଦେଇଛି। ଫଳରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ବା ବିଏସ୍ଇ ସେନ୍ସେକ୍ସ ୭୫,୦୦୦ (୭୫,୦୭୪.୫୧) ଅଙ୍କରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର କାରବାର ଶେଷ ସୁଦ୍ଧା ଶେୟାର ବଜାରର ନିବେଶକମାନେ ୮ଲକ୍ଷ କୋଟି ଟଙ୍କାରୁ ଅଧିକ ନିବେଶ ଖାତାରେ ଯୋଡିଥିଲାବେଳେ ପୁଞ୍ଜିବଜାର ସମେତ ଶେୟାର ବଜାରର ନିବେଶକଙ୍କ ମନରେ ଉତ୍ସାହ ଦେଖାଯାଇଛି। ପୂର୍ବଦିନର ବଜାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୪୦୮ ଲକ୍ଷ କୋଟି ଥିଲାବେଳେ ଗୁରୁବାରର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୮ଲକ୍ଷ କୋଟି ବୃଦ୍ଧି ପାଇ ୪୧୬ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ବିଶେଷକରି ବିଏସ୍ଇ ୩୦ ବିଶିଷ୍ଟ ଶେୟାର ସର୍ବାଧିକ ନିବେଶ ବୃଦ୍ଧି କରିଥିଲାବେଳେ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି ୫୦ର ନିବେଶକମାନେ ମଧ୍ୟ କାରବାର ବଢ଼ାଇଛନ୍ତି। ସେହିଭଳି ଗୋଟିଏ ପଟରେ ନୂଆ ସରକାର ପାଇଁ ନିବେଶକମାନେ କାରବାରରେ ପୁଃନଜଡିତ ହେଉଥିବାବେଳେ ଷ୍ଟକ ମାକେର୍ଟର କାରବାରରେ ମଧ୍ୟ ସୁଧାର ଆସିଛି। ଏପରିକି ଗୁରୁବାର ଶେୟାର ବଜାରର କାରବାର ଶେଷ ସୁଦ୍ଧା ବିଏସ୍ଇ ସେନ୍ସେକ୍ସ ୦.୯୩% ବୃଦ୍ଧି ଘଟିଥିବାବେଳେ ନିଫ୍ଟି ୫୦ରେ ୦.୮୯% ବୃଦ୍ଧି ହୋଇଛି। ସେହିପରି ବିଏସ୍ଇ ସ୍ମଲକ୍ୟାପ ୨.୨୮% ଏବଂ ବିଏସ୍ଇ ମିଡକ୍ୟାପ ୩.୦୬% ବୃଦ୍ଧିପାଇଥିବାବେଳେ ନିଫ୍ଟି ମିଡକ୍ୟାପ ୨.୨୪% ଏବଂ ନିଫ୍ଟି ସ୍ମଲକ୍ୟାପ ୩.୦୮% ବୃଦ୍ଧି ପାଇଛି। ଏପରିକି ନିଫ୍ଟି ବ୍ୟାଙ୍କିଙ୍ଗ୍ (ବ୍ୟାଙ୍କ) ୦.୪୮% ବୃଦ୍ଧି ହୋଇଛି ବୋଲି ଶେୟାର ବଜାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସ ପଞ୍ଜୀକୃତ ନିବେଶକଙ୍କ ମଧ୍ୟରେ ବଜାଜ ଅଟୋ, ଟିଭିଏସ୍ ମୋଟର କମ୍ପାନୀ ଏବଂ ୟୁନାଇଟେଡ୍ ସ୍ପ୍ରିରଟି ଭଳି ନିବେଶକଙ୍କ ନିବେଶ ବୃଦ୍ଧି ଘଟିଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post