ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟି ପ୍ରଥମ ଥର ପାଇଁ ୨୪,୬୦୦ ଟପି ୨୪,୬୩୫ ରେ ପହଞ୍ଚିଥିବା ବେଳେ ନିଫ୍ଟିର ମିଡକ୍ୟାପ ସୂଚକାଙ୍କ ଐତିହାସିକ ଉଚ୍ଚତା ଛୁଇଁବାରେ ସକ୍ଷମ ହୋଇଛି। ଆଜି ବଜାରରେ ଫାର୍ମା ଓ ଏନର୍ଜି ସେୟାରରେ କ୍ରୟ ଦେଖିବାକୁ ମିଳିଛି। ବଜାର ବନ୍ଦ ବେଳକୁ ବିଏସ୍ଇ ସେନସେକ୍ସ ୧୪୫.୩୨ ପଏଣ୍ଟ ବୃଦ୍ଧି ପାଇ ୮୦,୬୫୫ ରେ ବନ୍ଦ ହୋଇଥିବା ବେଳେ ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟି ୮୧.୭୫ ପଏଣ୍ଟ ବୃଦ୍ଧି ପାଇ ୨୪,୫୮୪ ପଏଣ୍ଟରେ ବନ୍ଦ ହୋଇଛି।ଭାରତୀୟ ଷ୍ଟକ ବଜାରରେ ଚମତ୍କାର ବୃଦ୍ଧି ଯୋଗୁଁ ବିଏସଇରେ ତାଲିକାଭୁକ୍ତ ଷ୍ଟକଗୁଡ଼ିକର ବଜାର ପୁଞ୍ଜି ୪୫୫ ଲକ୍ଷ କୋଟି ଟଙ୍କା ଅତିକ୍ରମ କରି ୪୫୫.୧୨ ଲକ୍ଷ କୋଟି ଟଙ୍କାର ଐତିହାସିକ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି, ଯାହା କି ପୂର୍ବ କାରବାର ଅଧିବେଶନରେ ୪୫୨.୩୮ ଲକ୍ଷ କୋଟି ଟଙ୍କା ଥିଲା ।
Trending
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
Prev Post
Next Post