ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାରର ନିବେଶକଙ୍କ ମନରେ ଉତ୍ସାହ ପରିଲିକ୍ଷିତ ହୋଇଛି। ଶୁକ୍ରବାର ଷ୍ଟକ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୩୧୯.୬୩ ପଏଣ୍ଟ ବଢି ୬୭,୮୩୮.୬୩ ଅଙ୍କରେ କାରବାର ବନ୍ଦ କରିଥିଲା ବେଳେ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୮୯.୨୫ ପଏଣ୍ଟ ବୃଦ୍ଧି ଘଟି ୨୦,୧୯୨.୩୫ଅଙ୍କରେ କାରବାର ବନ୍ଦ ହୋଇଥିଲା।
Trending
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
- ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ
- କଟକ ସହରରେ ସ୍ଥିତି ନିୟନ୍ତ୍ରଣ : ଇଣ୍ଟରନେଟ୍ ବନ୍ଦ
- କାଶ ସିରପର ଗୁଣବତ୍ତା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
- ପୁଲିସ ଏସ୍ଆଇ ପରୀକ୍ଷା ଜାଲିଆତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦେଶ
- ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି
- ଆଜି ବିରାଜିବେ ମା’ ଗଜଲକ୍ଷ୍ମୀ
- ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ ଆଜି
Prev Post
Next Post