ଷ୍ଟକ୍ ମାର୍କେଟ୍ ଏବଂ ନିବେଶକମାନଙ୍କ ପାଇଁ ଶୁକ୍ରବାର ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି। ଭାରି କ୍ଷତି ସହ ସେନସେକ୍ସ ଏବଂ ନିଫ୍ଟି କାରବାର ବନ୍ଦ ହୋଇଛି। ସେନସେକ୍ସ ୭୩୨.୯୬ ପଏଣ୍ଟ ହ୍ରାସ ପାଇ ୭୩୮୭୮.୧୫ ପଏଣ୍ଟରେ ବନ୍ଦ ହୋଇଥିଲା ବେଳେ ନିଫ୍ଟି ମଧ୍ୟ ୧୭୨.୩୫ ପଏଣ୍ଟ ହ୍ରାସ ପାଇ ୨୨୪୭୫.୮୫ ପଏଣ୍ଟରେ ବନ୍ଦ ହୋଇଛି।ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର ମାର୍କେଟ କ୍ୟାପ୍ ମଧ୍ୟ ପ୍ରାୟ ୪.୨୫ ଲକ୍ଷ କୋଟି ଟଙ୍କା ହ୍ରାସ ପାଇଛି। ନିବେଶକମାନେ ପ୍ରାୟ ୪ ଲକ୍ଷ କୋଟି ଟଙ୍କାର କ୍ଷତି ସହିଛନ୍ତି। ଏହି ହ୍ରାସ କେବଳ ଭାରତରେ ସୀମିତ ନାହିଁ। ଏସିଆର ସମସ୍ତ ଷ୍ଟକ୍ ମାର୍କେଟ ମଧ୍ୟ ଖରାପ ପ୍ରଦର୍ଶନ ଦେଖିବାକୁ ମିଳିଛି।ଜାପାନର ନିକ୍କେ, ଚାଇନାର ସାଂଘାଇ କମ୍ପୋଜିଟ୍ ଏବଂ ଦକ୍ଷିଣ କୋରିଆର କୋସ୍ପି ମଧ୍ୟ ହ୍ରାସ ପାଇଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍, ଏଲ୍ ଆଣ୍ଡ ଟି, ଏଚଡିଏଫସି ବ୍ୟାଙ୍କ ଏବଂ ଭାରତ ଏୟାରଟେଲର ଷ୍ଟକରେ ଏକ ବଡ ହ୍ରାସ ରେକର୍ଡ କରାଯାଇଛି
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post