Browsing Tag

#odisha

ଭୁବନେଶ୍ବରରୁ ପୁରୀ ମଧ୍ୟରେ ଡବଲ୍‌ ଡେକର୍‌ ବସ୍‌ର ଟ୍ରାଏଲ୍‌ ରନ୍‌

ଦୁଇ ମହଲା ବସ୍‌ରେ ଶ୍ରୀକ୍ଷେତ୍ର ଭ୍ରମଣରେ ଆସିବେ ପର୍ଯ୍ୟଟକ। ବସ୍‌ ଛାତ ଉପରେ ସେଣ୍ଟ୍ରାଲ ଏସିର ମଜା ନେବା ସହ ଝରକା ନିକଟରୁ ପ୍ରକୃତିର ରୂପ ସଂଦର୍ଶନ କରିବାର ନିଆରା ଅନୁଭବ ନେବେ। ଡବଲ୍‌ ଡେକର୍‌ ବସ୍‌ ଆଣିଦେବ ଏହି ସୁଯୋଗ। ରାଜ୍ୟ ସରକାର ପର୍ଯ୍ୟଟକଙ୍କୁ ନିଆରା ଅନୁଭବ ଭେଟି ଦେବା…

ଜାନୁୟାରୀ ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। 9 ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।…

୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି : ମୋହନ ଚରଣ ମାଝୀ

ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ…

ଆଜି ବସିବ କ୍ୟାବିନେଟ ବୈଠକ

ନୂଆବର୍ଷରେ ରାଜ୍ଯ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଆଜି ସନ୍ଧ୍ୟା ସାଢେ ୫ଟାରେ ବସିବ ବୈଠକ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର । ଚାଷୀଙ୍କ ବାବଦରେ ବଡ଼ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ଯ ସରକାର।

ଆଜିଠୁ ବରଗଡ଼ ଧନୁଯାତ୍ରା ଆରମ୍ଭ

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାରରୁ ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ମଧ୍ୟ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା…

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍‌ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରିବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧର ଶରଣ ସିଂହ।…

ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ନୂଆବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ୫ ମାସ ତଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ଗୁରୁବାର ବଦଳି ହୋଇଛି। ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ…

କାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ

ଆସନ୍ତାକାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ରତ୍ନ ଭଣ୍ଡାର ଭିତରେ ୨୦ ଫୁଟ ଉଚ୍ଚର ଲୁହା ଭାରା ବନ୍ଧାଯାଇ ଡି ପ୍ଲାଷ୍ଟରିଂ ବା ଚୂନ ଛଡ଼ାଇବା କାର୍ଯ୍ୟ କରାଯାଇଥିଲା । ଅଧିକାଂଶ ଡି ପ୍ଲାଷ୍ଟରିଙ୍ଗ କାର୍ଯ୍ୟ ସରିଛି । କାଲିଠୁ ଷ୍ଟୋନ ବା ପଥର ମରାମତି କାର୍ଯ୍ୟ ଆରମ୍ଭ…

ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ

ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆସନ୍ତା ୧୨ ତାରିଖ ଯାଏ ଜାରି ରହିବ ଇଣ୍ଟରନାଲ ଆସେସମେଣ୍ଟ । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୭ ଯାଏ ହେବ ଥିଓରୀ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ…

୩ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ହରିବାବୁ କମ୍ଭମ୍‌ପତି ଶପଥ ନେବେ। ୩ ତାରିଖରେ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ରହିଛି। ଗୁରୁବାର ସେ ଓଡ଼ିଶାରେ ପହଞ୍ଚତ୍ବେ। ରାଜଭବନରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ। ମିଜୋରାମର ପୂର୍ବତନ ରାଜ୍ୟପାଳ କମ୍ଭମ୍‌ପତି ଓଡ଼ିଶାର ରାଜ୍ୟପାଳ…