ଦୈନନ୍ଦିନ ଜୀବନରେ ଅନେକ ଲୋକଙ୍କ ଆକାଉଣ୍ଟରୁ ହଜାର ହଜାର, ଲକ୍ଷ ଲକ୍ଷ ଟଙ୍କା ଗାଏବ୍ ହୋଇଯାଉଛି । ସାଇବର ସେଲରେ ଅଭିଯୋଗ କଲେ ମଧ୍ୟ ଚୋରକୁ ଧରିବା ମୁସ୍କିଲ ହୋଇପଡ଼ୁଛି । ତେଣୁ ଏହିସବୁ ସମସ୍ୟାକୁ ଦୂର କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ।ଡିଜିଟାଲ ଫ୍ରଡ ଉପରେ ଅଙ୍କୁଶ ଲଗାଇବା ପାଇଁ ଆରବିଆଇ ‘ଡିଜିଟାଲ ପେମେଣ୍ଟସ ଇଣ୍ଟେଲିଜେନ୍ସ ପ୍ଲାଟଫର୍ମ’ ପ୍ରତିଷ୍ଠା କରିବ । କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏନେଇ ଆଜି ଘୋଷଣା କରିଛନ୍ତି । ଡିଜିଟାଲ ପେମେଣ୍ଟକୁ ଆହୁରି ମଜବୁତ କରିବା ସହିତ ସୁରକ୍ଷାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଆରବିଆଇ ଏହି ପଦକ୍ଷେପ ନେଇଛି ବୋଲି ଶ୍ରୀ ଦାସ କହିଛନ୍ତି । ସମଗ୍ର ଡିଜିଟାଲ ପେମେଣ୍ଟସ ଇକୋସିଷ୍ଟମରେ ନେଟୱାର୍କ ସ୍ତରରେ ବୁଦ୍ଧିମତା ଓ ରିଅଲ ଟାଇମ୍ ଡାଟା ଶେୟାରିଂ ପାଇଁ ଏହି ପ୍ଲାଟଫର୍ମ ସ୍ଥାପନ କରିବାକୁ ପ୍ରସ୍ତାବ ଦିଆଯାଇଛି ।ଏହି ପ୍ଲାଟଫର୍ମ ପ୍ରତିଷ୍ଠା ପାଇଁ ଆରବିଆଇ ଏକ କମିଟି ଗଠନ କରିଛି । ଏହା ବିଭିନ୍ନ ଦିଗ ଉପରେ ବିଚାର କରିବା ସହିତ କାର୍ଯ୍ୟ କରିବ । ଜନସାଧାରଣଙ୍କ ଡିଜିଟାଲ କାରବାରକୁ ସୁରକ୍ଷିତ ରଖିବା ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ଅନେକ ସମୟରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଥାଏ ।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Next Post