ଗୋପାଳପୁରରେ ବିଶ୍ୱର ପ୍ରଥମ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। CMOର ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଅଧୀନରେ ଏସିଏମଇ ଗ୍ରୁପ୍ ଏବଂ ଜାପାନର ଆଇଏଚ୍ଆଇ କର୍ପୋରେସନ୍ ଦ୍ୱାରା ପ୍ରାୟ ୧.୩ ଏମ୍ଟିପିଏ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ସ୍ଥାପନ କରାଯିବ।ଏସିଏମଇ ଗ୍ରୁପ୍ ଏବଂ ଆଇଏଚ୍ଆଇର ବରିଷ୍ଠ ଅଧିକାରୀମାନେ ଆଜି ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ୩,୭୦୦ ଲୋକଙ୍କ ନିଯୁକ୍ତି ସୁଯୋଗ ଥିବା ଏହି ପ୍ରକଳ୍ପ ବିଷୟରେ ଅବଗତ କରାଇଛନ୍ତି। ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ପାଇଁ ମୋଟ ୬୦,୦ କୋଟି ଟଙ୍କା ବିନିଯୋଗ କରାଯିବ ଏବଂ ଏହି ସବୁଜ ଆମୋନିଆ ସବୁଜ ହାଇଡ୍ରୋଜେନରୁ ଉତ୍ପାଦନ ହେବ ଏବଂ ଉତ୍ପାଦନ କେନ୍ଦ୍ରଗୁଡ଼ିକ ଅକ୍ଷୟ ଶକ୍ତି ଦ୍ୱାରା ପରିଚାଳିତ ହେବ ବୋଲି ସୂତ୍ରରୁ ପ୍ରକାଶ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post