ଆଜିଠୁ ଖୋଲିଲା ଭିତରକନିକା । କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ ରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ଭିତରକନିକା ବନ୍ଦ ରହିଥିଲା । ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ । ଆଜି ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି । ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତା ମୂଳକ କରାଯାଇଛି । ଗୁପ୍ତି, ଖୋଳା ଓ ଡାଙ୍ଗମାଳ ୩ଟି ଏଣ୍ଟ୍ରି ପଏଣ୍ଟ ଦେଇ ଭିତରକନିକାକୁ ପ୍ରବେଶ କରିପାରିବେ । ଯନ୍ତ୍ରଚାଳିତ ବୋଟ ସହ ବନବିଭାଗ ତରଫରୁ ରହିଥିବା ୫ଟି ଫାଇବର ବୋଟରେ ମଧ୍ୟ ପର୍ଯ୍ୟଟକମାନେ ବୁଲି ଭିତରକନିକାର ଶୋଭା ଉପଭୋଗ କରିପାରିବେ ।
Trending
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
Prev Post